ମୋଦିଙ୍କୁ ଦେଖି ଭାବବିହ୍ଵଳ ହେଲେ ୟୁକ୍ରେନ ରାଷ୍ଟ୍ରପତି: ଭାଇରାଲ ହେଲା ଫଟୋ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ପୋଲାଣ୍ଡରୁ ସିଧା ଟ୍ରେନ୍ ଯୋଗେ ସେ କିଭରେ ପହଞ୍ଚିଥିଲେ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭାରତୀୟ ସମ୍ପ୍ରଦାୟର ଲୋକମାନେ ସ୍ୱାଗତ କରିଥିଲେ। ଏହି ସମୟରେ ସେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଭେଟିଛନ୍ତି।

ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ମୋଦି ୟୁକ୍ରେନ ଜାତୀୟ ସଂଗ୍ରହାଳୟରେ ପହଞ୍ଚିଥିଲେ। ଏହି ସମୟର ଅନେକ ଫଟୋ ଏବଂ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ଉଭୟ ଭାବପ୍ରବଣ ହୋଇଥିବାର ଦେଖିବାକୁ ମିଳୁଛି। ଏଠାରେ ଉଭୟ ନେତା ରୁଷ ଏବଂ ୟୁକ୍ରେନ ମଧ୍ୟରେ ହୋଇଥିବା ଯୁଦ୍ଧରେ ନିହତ ପିଲାମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଏହାପରେ ୟୁକ୍ରେନ ରାଷ୍ଟ୍ରପତିଙ୍କ ସରକାରୀ ବାସଭବନ ମାରିଏନସ୍କି ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ଜେଲେନସ୍କି ଆଲୋଚନା କରିଥିଲେ। ମୋଦିଙ୍କୁ ସ୍ୱାଗତ କରିବା ପାଇଁ ମାରିଏନସ୍କି ପ୍ୟାଲେସକୁ ସମ୍ପୂର୍ଣ୍ଣ ସଜାଯାଇଛି।

କିଭ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ପହଞ୍ଚିଛନ୍ତି। ଏହି ବୈଠକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଭ ଏଭି ଫୋମିନ୍ ବଟାନିକାଲ୍ ଗାର୍ଡେନ୍ରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଫୁଲ ଅର୍ପଣ କରିଥିଲେ। ଏହି ମୂର୍ତ୍ତି ୨୦୨୦ ରେ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜନ୍ମ ବାର୍ଷିକୀରେ ସ୍ଥାପିତ ହୋଇଥିଲା।

ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ୟୁକ୍ରେନରେ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ନିମନ୍ତ୍ରଣରେ ପିଏମ ମୋଦି ଏହି ଗସ୍ତରେ ଆଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri