Posted inଜାତୀୟ

କରୋନା ଟିକା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ କରନା ଟିକା ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟିକାକରଣ ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା, ଯେଉଁଥିରେ ତଳେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିଥିଲା। ଏଥିରେ କ୍ୟାପସନରେ ଲେଖାଥିଲା ‘ଏକାଠି ହୋଇ ଭାରତ କରୋନାକୁ ପରାସ୍ତ କରିବ’। ତେବେ ବର୍ତ୍ତମାନ ଏହି କ୍ୟାପସନ୍ ରହିଛି କିନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ ହୋଇଯାଇଛି।

ମିଡ଼ିଆ ରିପୋର୍ଟ ଅନୁଯାୟୀ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟର ଅଧିକାରୀ ସୂଚନା ଦେଇଛନ୍ତି ଯେ, ଲୋକ ସଭା ନିର୍ବାଚନ ପାଇଁ ଏହି ପଦକ୍ଷେପ ନିଆଯାଇଛି। କାରଣ ଏବେ ସମଗ୍ର ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ଅଛି। ଲୋକସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟ ଭୋଟ୍ ଗ୍ରହଣ କରାଯାଇଛି। ବର୍ତ୍ତମାନ ମଡେଲ ଆଚରଣ ସଂହିତା ବଳବତ୍ତର ରହିଛି, ଯାହା ନିର୍ବାଚନ ସମାପ୍ତ ହେବା ପରେ ହିଁ ଶେଷ ହେବ।

ଏହା ପ୍ରଥମ ଥର ନୁହେଁ ଯେ ପ୍ରଧାନମନ୍ତ୍ରୀଙ୍କ ଫଟୋ କରନା ଟୀକାକରଣ ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। ୨୦୨୨ ରେ ଗୋଆ, ମଣିପୁର, ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ଉତ୍ତରପ୍ରଦେଶ ସମେତ ଅନେକ ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ମଧ୍ୟ ପ୍ରମାଣପତ୍ରରୁ ହଟାଯାଇଥିଲା। ନିର୍ବାଚନ ଆୟୋଗ ଏହା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଫଟୋ ବିଷୟରେ ଆଲୋଚନା ଏକ ସମୟରେ ଚାଲିଛି ଯେତେବେଳେ କୋଭିଶିଲ୍ଡ ଟିକାକୁ ନେଇ ବିବାଦ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri