Posted inଜାତୀୟ

କରୋନା ଟିକା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ କରନା ଟିକା ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟିକାକରଣ ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା, ଯେଉଁଥିରେ ତଳେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିଥିଲା। ଏଥିରେ କ୍ୟାପସନରେ ଲେଖାଥିଲା ‘ଏକାଠି ହୋଇ ଭାରତ କରୋନାକୁ ପରାସ୍ତ କରିବ’। ତେବେ ବର୍ତ୍ତମାନ ଏହି କ୍ୟାପସନ୍ ରହିଛି କିନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ ହୋଇଯାଇଛି।

ମିଡ଼ିଆ ରିପୋର୍ଟ ଅନୁଯାୟୀ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟର ଅଧିକାରୀ ସୂଚନା ଦେଇଛନ୍ତି ଯେ, ଲୋକ ସଭା ନିର୍ବାଚନ ପାଇଁ ଏହି ପଦକ୍ଷେପ ନିଆଯାଇଛି। କାରଣ ଏବେ ସମଗ୍ର ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ଅଛି। ଲୋକସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟ ଭୋଟ୍ ଗ୍ରହଣ କରାଯାଇଛି। ବର୍ତ୍ତମାନ ମଡେଲ ଆଚରଣ ସଂହିତା ବଳବତ୍ତର ରହିଛି, ଯାହା ନିର୍ବାଚନ ସମାପ୍ତ ହେବା ପରେ ହିଁ ଶେଷ ହେବ।

ଏହା ପ୍ରଥମ ଥର ନୁହେଁ ଯେ ପ୍ରଧାନମନ୍ତ୍ରୀଙ୍କ ଫଟୋ କରନା ଟୀକାକରଣ ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। ୨୦୨୨ ରେ ଗୋଆ, ମଣିପୁର, ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ଉତ୍ତରପ୍ରଦେଶ ସମେତ ଅନେକ ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ମଧ୍ୟ ପ୍ରମାଣପତ୍ରରୁ ହଟାଯାଇଥିଲା। ନିର୍ବାଚନ ଆୟୋଗ ଏହା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଫଟୋ ବିଷୟରେ ଆଲୋଚନା ଏକ ସମୟରେ ଚାଲିଛି ଯେତେବେଳେ କୋଭିଶିଲ୍ଡ ଟିକାକୁ ନେଇ ବିବାଦ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?