Posted inଜାତୀୟ

ମୋରବି ଗସ୍ତ କରିପାରନ୍ତି ମୋଦି, ପୋଲ ଭୁଷୁଡିବା ପରେ ରଦ୍ଦ କଲେ ରୋଡ ଶୋ

ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ସନ୍ଧ୍ୟାରେ ଏକ ବଡ ଦୁର୍ଘଟଣା ଘଟିଯାଇଛି । ଏଠାରେ ଥିବା କେବଳ ବ୍ରିଜ ହଠାତ୍ ଭାଙ୍ଗିଯିବା ଫଳରେ ଲୋକେ ନଦୀ ମଧ୍ୟରେ ପଡି ଯାଇଥିଲେ । ପୋଲ ଉପରେ କ୍ଷମତାଠାରୁ ଅଧିକ ଲୋକେ ଜମା ହୋଇଯିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ଏହି ଘଟଣାରେ ଏବେ ପର୍ଯ୍ୟନ୍ତ ମୃତକଙ୍କ ସଂଖ୍ୟା ୧୦୦ ଟପିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଦୁର୍ଘଟଣା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ ।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଗୁଜରାଟ ଗସ୍ତରେ ଅଛନ୍ତି । ରବିବାର ସେ ତାଙ୍କ ୩ ଦିନିଆ ଗୁଜରାଟ ଗସ୍ତ ଆରମ୍ଭ କରିଥିଲେ । ତେବେ ସୋମବାର ଅହମଦାବାଦରେ ହେବାକୁ ଥିବା ମୋଦିଙ୍କ ସାର୍ବଜନିକ ରୋଡ ଶୋ’କୁ ରଦ୍ଦ କରି ଦିଆଯାଇଛି । ଏହି ଘଟଣା ପରେ ମୋଦିଙ୍କ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି । ଏହାସହ ପ୍ରଧାନମନ୍ତ୍ରୀଙ୍କ ଗାନ୍ଧିନଗରରେ ଥିବା ପେଜ ସମିତି କାର୍ଯ୍ୟକ୍ରମକୁ ବି ସ୍ଥଗିତ କରିଦିଆଯାଇଛି । ଏହା ୧ ନଭେମ୍ବରରେ ହେବାର ଥିଲା । ଏହି କାର୍ଯ୍ୟକ୍ରମରେ ମୋଦି ୧୮୨ ନିର୍ବାଚନ ମଣ୍ଡଳୀର କର୍ମୀଙ୍କୁ ସମ୍ବୋଧନ ଦେବାର ଥିଲା । ମୋଦିଙ୍କ ଏହି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ଗାନ୍ଧିନଗରରେ ଆୟୋଜିତ ହେବାର ଥିଲା । ସୂଚନାଯୋଗ୍ୟ, ଏହି ପୋଲଟି କିଛିଦନ ପୂର୍ବରୁ ରିନୋଭେଶନ ପରେ ଖୋଲି ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ବଡ଼ ଟି-୨୦ ଟୁର୍ଣ୍ଣାମେଣ୍ଟ ‘ସୟଦ ମୁସ୍ତାକ ଅଲି ଟ୍ରଫି’ ରେ ନୂଆ ଇତିହାସ ରଚିଛି ଝାଡ଼ଖଣ୍ଡ। ଗୁରୁବାର ପୁଣେଠାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri