Posted inଜାତୀୟ

ମୋରବି ଗସ୍ତ କରିପାରନ୍ତି ମୋଦି, ପୋଲ ଭୁଷୁଡିବା ପରେ ରଦ୍ଦ କଲେ ରୋଡ ଶୋ

ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ସନ୍ଧ୍ୟାରେ ଏକ ବଡ ଦୁର୍ଘଟଣା ଘଟିଯାଇଛି । ଏଠାରେ ଥିବା କେବଳ ବ୍ରିଜ ହଠାତ୍ ଭାଙ୍ଗିଯିବା ଫଳରେ ଲୋକେ ନଦୀ ମଧ୍ୟରେ ପଡି ଯାଇଥିଲେ । ପୋଲ ଉପରେ କ୍ଷମତାଠାରୁ ଅଧିକ ଲୋକେ ଜମା ହୋଇଯିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ଏହି ଘଟଣାରେ ଏବେ ପର୍ଯ୍ୟନ୍ତ ମୃତକଙ୍କ ସଂଖ୍ୟା ୧୦୦ ଟପିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଦୁର୍ଘଟଣା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ ।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଗୁଜରାଟ ଗସ୍ତରେ ଅଛନ୍ତି । ରବିବାର ସେ ତାଙ୍କ ୩ ଦିନିଆ ଗୁଜରାଟ ଗସ୍ତ ଆରମ୍ଭ କରିଥିଲେ । ତେବେ ସୋମବାର ଅହମଦାବାଦରେ ହେବାକୁ ଥିବା ମୋଦିଙ୍କ ସାର୍ବଜନିକ ରୋଡ ଶୋ’କୁ ରଦ୍ଦ କରି ଦିଆଯାଇଛି । ଏହି ଘଟଣା ପରେ ମୋଦିଙ୍କ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି । ଏହାସହ ପ୍ରଧାନମନ୍ତ୍ରୀଙ୍କ ଗାନ୍ଧିନଗରରେ ଥିବା ପେଜ ସମିତି କାର୍ଯ୍ୟକ୍ରମକୁ ବି ସ୍ଥଗିତ କରିଦିଆଯାଇଛି । ଏହା ୧ ନଭେମ୍ବରରେ ହେବାର ଥିଲା । ଏହି କାର୍ଯ୍ୟକ୍ରମରେ ମୋଦି ୧୮୨ ନିର୍ବାଚନ ମଣ୍ଡଳୀର କର୍ମୀଙ୍କୁ ସମ୍ବୋଧନ ଦେବାର ଥିଲା । ମୋଦିଙ୍କ ଏହି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ଗାନ୍ଧିନଗରରେ ଆୟୋଜିତ ହେବାର ଥିଲା । ସୂଚନାଯୋଗ୍ୟ, ଏହି ପୋଲଟି କିଛିଦନ ପୂର୍ବରୁ ରିନୋଭେଶନ ପରେ ଖୋଲି ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?