Posted inଜାତୀୟ

୭-୮ ଜୁଲାଇରେ ୪ ରାଜ୍ୟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁଲାଇ ୭ ଏବଂ ୮ ତାରିଖରେ ୪ ଟି ରାଜ୍ୟ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ଛତିଶଗଡ, ଉତ୍ତରପ୍ରଦେଶ, ତେଲଙ୍ଗାନା ଏବଂ ରାଜସ୍ଥାନକୁ ଗସ୍ତ କରିବେ। ଏହି ଯାତ୍ରା ଶୁକ୍ରବାର ସକାଳେ ରାୟପୁରରେ ଏକ କାର୍ଯ୍ୟକ୍ରମରୁ ଆରମ୍ଭ ହେବ। ଏଠାରେ ସେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଏବଂ ଅନେକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବେ। ପୂର୍ବାହ୍ନ ୧୧.୩୦ରେ ରାୟପୁରରେ ଏକ ସାଧାରଣ ସଭା କରିବେ। ଏହିପରି ସେ ଛତିଶଗଡରେ ଭାଜପାର ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ସାଧାରଣ ସଭାରେ ଦେଢ ଲକ୍ଷରୁ ଅଧିକ ଲୋକଙ୍କୁ ଆମନ୍ତ୍ରଣ କରିବାକୁ ଭାଜପା ଲକ୍ଷ୍ୟ ରଖିଛି।
ଏହା ପରେ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର ଗୋରଖପୁର ଯିବେ। ସେଠାରେ, ଅପରାହ୍ନ ୨.୩୦ରେ ଗୀତା ପ୍ରେସର ଗୋରଖପୁରର ଶତବାର୍ଷିକୀ ଉତ୍ସବରେ ଅଂଶଗ୍ରହଣ କରିବେ। ନିକଟରେ ଗୀତା ପ୍ରେସ ଗୋରଖପୁରକୁ ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଛି। ଏହାପରେ ଗୋରଖପୁର ରେଳ ଷ୍ଟେଶନରେ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇବେ। ତା’ପରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣାସୀ ଯିବେ। ସେଠାରେ ଅପରାହ୍ନ ୫ଟାରେ ଅନେକ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇବେ। ସା ୭.୧୫ରେ ସ୍ଥାନୀୟ ଭାଜପା ନେତାଙ୍କ ସହ ଏକ ବୈଠକ ମଧ୍ୟ କରିବେ। ଏହା ପରେ ଶନିବାର ସକାଳେ ତେଲଙ୍ଗାନା ଯିବାର କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri