ବ୍ରିକ୍ସ ଶିଖର ସମ୍ମିଳନୀ: ବସୁଧୈବ କୁଟୁମ୍ବକମ ଆମ ଜୀବନଶୈଳୀର ଆଧାର, ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ବୈଠକ କଲେ ମୋଦି

ଜୋହାନସବର୍ଗ,୨୪।୮: ବ୍ରିକ୍ସ-ଆଫ୍ରିକା ଆଉଟରିଚ ଏବଂ ବ୍ରିକ୍ସ ପ୍ଲସ ଡାଏଲଗକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ମୋର ବିଶ୍ୱାସ ଯେ ବ୍ରିକ୍ସ ଦେଶ ଏବଂ ଏଠାରେ ଉପସ୍ଥିତ ବନ୍ଧୁତ୍ୱପୂର୍ଣ୍ଣ ଦେଶମାନେ ବହୁମୁଖୀ ବିଶ୍ୱକୁ ମଜବୁତ କରିବାରେ ସହଯୋଗ କରିପାରିବେ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଲାଟିନ ଆମେରିକାରୁ ମଧ୍ୟ ଏସିଆ ପର୍ଯ୍ୟନ୍ତ, ପଶ୍ଚିମ ଏସିଆରୁ ଦକ୍ଷିଣ-ପୂର୍ବ ଏସିଆ ପର୍ଯ୍ୟନ୍ତ, ଇଣ୍ଡୋ ପାସିଫିକ ଠାରୁ ଇଣ୍ଡୋ ଆଟଲାଣ୍ଟିକ ପର୍ଯ୍ୟନ୍ତ ଭାରତ ସମସ୍ତ ଦେଶକୁ ଗୋଟିଏ ପରିବାର ଭାବରେ ଦେଖୁଛି। ବସୁଧୈବ କୁଟୁମ୍ବକମ ଅର୍ଥାତ୍‌ ସମଗ୍ର ବିଶ୍ୱ ଏକ ପରିବାର, ହଜାର ହଜାର ବର୍ଷ ଧରି ଏହା ଆମର ଜୀବନଶୈଳୀର ଆଧାର ହୋଇଆସୁଛି। ଏହା ମଧ୍ୟ ଆମର ଜି -୨୦ ଅଧ୍ୟକ୍ଷତାର ମୂଳ ମନ୍ତ୍ର।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଶାନ୍ତି ଫେରାଇ ଆଣିବା ପାଇଁ ଆଫ୍ରିକାରେ ମହିଳା ସମେତ ପ୍ରାୟ ୪,୪୦୦ ଭାରତୀୟ ଶାନ୍ତି ରକ୍ଷାକାରୀ ନିୟୋଜିତ ହୋଇଛନ୍ତି। ଆତଙ୍କବାଦ ଏବଂ ସମୁଦ୍ର ଡକାୟତି ବିରୋଧରେ ଆମେ ଆଫ୍ରିକା ସହିତ କାର୍ଯ୍ୟ କରୁଛୁ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଫ୍ରିକା ସହ ସମ୍ପର୍କକୁ ଭାରତ ସର୍ବାଧିକ ଗୁରୁତ୍ୱ ଦେଇଛି। ଆଫ୍ରିକାରେ ଆମେ ୧୬ଟି ନୂଆ ମିଶନ ଖୋଲିଛ। ଆଜି ଭାରତ ଆଫ୍ରିକାର ଚତୁର୍ଥ ବୃହତ୍ତମ ବାଣିଜ୍ୟ ଭାଗିଦାରୀ ଏବଂ ପଞ୍ଚମ ବୃହତ୍ତମ ନିବେଶକ ଅଟେ।
୧୫ ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଥିଓପିଆର ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଅଲିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri