Posted inଜାତୀୟ

ଚାରି ଦିନ ମଧ୍ୟରେ ତୃତୀୟ ଥର ପଞ୍ଜାବ ଗସ୍ତ କରିଛନ୍ତି ମୋଦି

ଚଣ୍ଡିଗଡ଼,୧୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପଞ୍ଜାବ ଗସ୍ତ କରିଛନ୍ତି । ୪ ଦିନ ମଧ୍ୟରେ ତୃତୀୟଥର ଲାଗି ସେ ପଞ୍ଜାବ ଗସ୍ତ କରିଛନ୍ତି । ଅବୋହରରେ ମୋଦି ଏକ ଜନସଭାକୁ ଉଦବୋଧନ ଦେବା ଅବସରରେ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ପଞ୍ଜାବ ଏବେ ଡବଲ ଇଞ୍ଜିନବାଲା ସରକାର ଚାହୁଁଛି । ଅବୋହରର ନୂଆ ଶସ୍ୟ ମଣ୍ଡିରେ ଏହି ଜନସଭା ଆୟୋଜିତ ହୋଇଛି । ସେ କହିଛନ୍ତି ପଞ୍ଜାବରେ ଯଦି ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଆସେ ତେବେ ମାଫିଆ ବିଦାୟ ନେବେ । ସେ ଜନତାଙ୍କୁ ୫ ବର୍ଷ ସେବା କରିବାର ଅବସର ଦେବାକୁ ଅପିଲ କରିଛନ୍ତି । ସେ କହିଛନ୍ତି ପଞ୍ଜାବକୁ ନୂଆ ଚିନ୍ତାଧାରା ଓ ନୂଆ ଭିଜନ ଥିବା ସରକାର ଦରକାର । ମୋର ଏହା ପଞ୍ଜାବରେ ଶେଷ ସଭା । କିଛିଦିନ ହେବ ମୁଁ ପଞ୍ଜାବର ଭିନ୍ନ ଭିନ୍ନ ସ୍ଥାନ ଯାଇ ସାରିଲେଣି । ସାରା ପଞ୍ଜାବରେ ଏବେ ଗୋଟିଏ କଥା ଶୁଣିବାକୁ ମିଳୁଛି ଭାଜପାକୁ ଜିତାଇବାର ଅଛି, ଏନଡିଏକୁ ଜିତାଇବାର ଅଛି । ମୋଦି ଜନତାଙ୍କୁ କହିଛନ୍ତି ଏବେ କେତେ ରାଜ୍ୟ ଅଛି ସେଠାରେ କଂଗ୍ରେସ ଥରେ ଶାସନ କ୍ଷମତା ହରାଇବା ପରେ ଆଉ ଆସିନି । ତେଣୁ ଭାଜପାକୁ ଯେଉଁଠି ଆଶୀର୍ବାଦ ମିଳିବ କଂଗ୍ରେସର ସେଠାରେ ମୂଳୋତ୍ପାଟନ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?