Posted inଜାତୀୟ

୧୭ ହଜାର କୋଟି ମୂଲ୍ୟ ପ୍ରକଳ୍ପର ମୂଳଦୁଆ ପକାଇଲେ ପ୍ରଧାନମନ୍ତ୍ରୀ

ଭୋପାଳ,୨୪।୪: ମଧ୍ୟପ୍ରଦେଶର ରେୱାଠାରେ ଜାତୀୟ ପଞ୍ଚାୟତିରାଜ ଦିବସରେ ଆୟୋଜିତ ପଞ୍ଚାୟତରାଜ ସମ୍ମିଳନୀ କାର୍ଯ୍ୟକ୍ରମରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ୧୭ ହଜାର କୋଟି ମୂଲ୍ୟର ପ୍ରକଳ୍ପର ମୂଳଦୁଆ ପକାଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ୪ ଲକ୍ଷ ୧୧ ହଜାର ଲୋକଙ୍କୁ ଭର୍ଚୁଆଲ ଗୃହ ପ୍ରବେଶ କରାଇଛନ୍ତି। ଏହା ପରେ ଜନସାଧାରଣଙ୍କୁ ସମ୍ବୋଧିତ କରି କହିଛନ୍ତି, ଦେଶର ୨.୫ ଲକ୍ଷରୁ ଅଧିକ ପଞ୍ଚାୟତକୁ ଜାତୀୟ ପଞ୍ଚାୟତରାଜ ଦିବସର ଅନେକ ଶୁଭେଚ୍ଛା। ଆଜି ୩୦ ଲକ୍ଷରୁ ଅଧିକ ପଞ୍ଚାୟତ ପ୍ରତିନିଧି ମଧ୍ୟ ଆମ ସହିତ ସଂଯୁକ୍ତ ଅଟନ୍ତି। ଏହା ନିଶ୍ଚିତ ଭାବରେ ଭାରତର ଗଣତନ୍ତ୍ରର ଏକ ଶକ୍ତିଶାଳୀ ଚିତ୍ର।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଆମେ ସମସ୍ତେ ଜନସାଧାରଣଙ୍କ ପ୍ରତିନିଧୀ। ଆମେ ସମସ୍ତେ ଏହି ଦେଶ, ଏହି ଗଣତନ୍ତ୍ର ପାଇଁ ଉତ୍ସର୍ଗୀକୃତ। କାର୍ଯ୍ୟର ପରିସର ଭିନ୍ନ ହୋଇପାରେ, କିନ୍ତୁ ଲକ୍ଷ୍ୟ ସମାନ। ସ୍ବାଧୀନତାର ଏହି ଅମୃତକାଳ ଆମ ସମସ୍ତ ଦେଶବାସୀ ଏକ ବିକଶିତ ଭାରତର ସ୍ବପ୍ନ ଦେଖିଛନ୍ତି ଏବଂ ଏହାକୁ ପୂରଣ କରିବା ପାଇଁ ଦିନରାତି କାର୍ଯ୍ୟ କରୁଛନ୍ତି। ଭାରତକୁ ବିକଶିତ କରିବା ପାଇଁ ଭାରତର ଗ୍ରାମଗୁଡିକର ସାମାଜିକ ବ୍ୟବସ୍ଥାର ବିକାଶ କରିବା ଆବଶ୍ୟକ। ଏହି ଚିନ୍ତାଧାରା ସହିତ ଆମ ସରକାର କ୍ରମାଗତ ଭାବରେ ଦେଶର ପଞ୍ଚାୟତ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?