Posted inଜାତୀୟ

ପ୍ରୟାଗରାଜରେ ଗର୍ଜିଲେ ମୋଦି

ଲକ୍ଷ୍ନୌ,୨୪ ।୨: ଉତ୍ତର ପ୍ରଦେଶର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରୁବାର ପ୍ରୟାଗରାଜରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ସେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ୨୧ଶ ଶତାବ୍ଦିର ୟୁପି ଏବେ ଆଶାବାଦୀ ଅଛି । ୟୁପି ଏବେ ବଡ ବଡ ସ୍ୱପ୍ନ ନେଇ ଆଗକୁ ବଢୁଛି । ଡବଲ ଇଞ୍ଜିନ ସରକାର ଉତ୍ତର ପ୍ରଦେଶର ବିକାଶ ପାଇଁ ଦିନ ରାତି ଏକାଠି କରି ଦେଇଛି । ୟୁପିର ସ୍ୱପ୍ନ ପୁରଣ ହେବାକୁ ହେଲେ ନେତୃତ୍ୱର ଆବଶ୍ୟକତା ଅଧିକ ରହିଛି । ଏଠି ପ୍ରଶ୍ନ ଉଠୁଛି ନେତୃତ୍ୱ କିଭଳି ହେବା ଦରକାର । ବଦଳୁଥିବା ବିଶ୍ୱ ବ୍ୟବସ୍ଥା ମଧ୍ୟରେ ଭାରତ ମଜଭୁତ ହେବା କେତେ ଜରୁରୀ ତାହା ବି ଜାଣିବା ଆବଶ୍ୟକ ।
ବିରୋଧୀଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି ଆଜି ଯେଉଁ ପରିବାରବାଦୀ ଆପଣଙ୍କ ନିକଟକୁ ଆସି ଭୋଟ ମାଗୁଛନ୍ତି ସେଭଳି ବ୍ୟକ୍ତି ସଶକ୍ତ ଓ ଆଧୁନିକ ଉତ୍ତର ପ୍ରଦେଶର ନିର୍ମାଣ କରିପାରିବେ ନାହିଁ । ଏମାନେ ମିଥ୍ୟାବାଦୀ, ପଳାୟନବାଦୀ ଓ ଏମାନେ ଘୋର ଅବିଶ୍ୱାସୀ । ଆସନ ଚାଲି ନ ଯାଉ ସେଥିପାଇଁ ଏମାନେ ନୋଏଡା ଓ ବିଜନୌର ଆସୁ ନାହାନ୍ତି । ଏହିପରି ଭାବେ ମୋଦି ବିରୋଧିଙ୍କୁ ଟାର୍ଗେଟ କରିବା ସହ ଉତ୍ତର ପ୍ରଦେଶରେ ପୁଣିଥରେ ଯୋଗୀ ସରକାର ଉତ୍ତମ ଶାସନ ଯୋଗାଇ ଦେବେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?