Posted inଜାତୀୟ

ପରିବାରବାଦକୁ ନେଇ ବିରୋଧିଙ୍କୁ ଟାର୍ଗେଟ କଲେ ମୋଦି

କାସଗଞ୍ଜ,୧୧ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କାସଗଞ୍ଜର ପଟିୟାଲିରେ ଏକ ନିର୍ବାଚନ ସଭାକୁ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି ଆଜି ପଣ୍ଡିତ ଦିନଦୟାଲଙ୍କ ପୂଣ୍ଣ୍ୟତିଥି । ପଣ୍ଡିତ ଦିନଦୟାଲଙ୍କ ସାରା ଜୀବନ ଦେଶ ସେବାରେ ସମର୍ପିତ ହୋଇଥିଲା । ଗରିବଙ୍କ ଜୀବନରେ ସୁଧାର ଆଣିବାକୁ ସେ ସର୍ବଦା ଉଦ୍ୟମ କରୁଥିଲେ । ଏହି ସମୟରେ କଲ୍ୟାଣସିଂଙ୍କୁ ମନେ ପକାଇ ପ୍ରଧାନମନ୍ତ୍ରୀ କହିଥିଲେ ତାଙ୍କର ପ୍ରେରଣା ଯୋଗୁ ଭାରତୀୟ ଜନତା ପାର୍ଟି(ଭାଜପା) ନିରନ୍ତର ଗରିବ, ଦଳିତଙ୍କ ସେବାରେ ଲାଗି ରହିଛି । ଉତ୍ତର ପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ଏଥିରେ ବହୁ ସଂଖ୍ୟାରେ ମହିଳା ଯୋଗ ଦେଇଥିବାରୁ ମୋଦି ସେମାନଙ୍କୁ ଧନ୍ୟବାଦ ଦେଇଥିଲେ । ଫଳଫଳ ଆସିଲେ ଭାଜପାର ହିଁ ବିଜୟ ହୋଇଥିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ।
ବିରୋଧଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି ମତଦାନ ପରେ ନେତାଙ୍କ ମୁହଁରୁ ହସ ଉଭେଇ ଯାଇଛି । ଯୋଗୀ କ’ଣ କରିଦେଲେ ଜନତାଙ୍କର । ଏମାନେ ସବୁ ପରିବାରବାଦୀ । ସେମାନେ କେବଳ ନିଜର ଟ୍ରେଜେରୀ ଭରିବାରେ ବ୍ୟସ୍ତ । ଏବେ ସେମାନେ ଜାଣି ସାରିଲେଣି କି ଡଙ୍ଗା ବୁଡିଲାଣି । ତେଣୁ ଏବେଠାରୁ ସେମାନେ ଇଭିଏମ୍‌, ନିର୍ବାଚନ କମିଶନଙ୍କ ଉପରେ ପ୍ରଶ୍ନ ଉଠାଇଲେଣି । ଯେତେବେଳେ କ୍ରିକେଟରେ ୱିକେଟ ମିଳି ନ ଥାଏ ସେତେବେଳେ ବୋଲର ଆଉଟ ଆଉଟ କହି ଚିତ୍କାର କରିବା ପରିସ୍ଥିତି ଏମାନଙ୍କର ଆସିଯାଇଛି । ନଚେତ ବୋଲର ଅମ୍ପାୟର ଉପରେ ରାଗି ଯାଇଥାଏ । ଏବେ ଉତ୍ତର ପ୍ରଦେଶକୁ ଗୁଣ୍ଡାରାଜ ଆବଶ୍ୟକ ନାହିଁ । ଏମିତି କହି ମୋଦି ବିରୋଧି କଂଗ୍ରେସକୁ ଟାର୍ଗେଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?