Posted inଜାତୀୟ

ଭୋଟରଙ୍କୁ କ୍ଷମା ମାଗିଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସହାରନପୁରରେ ଏକ ବଡ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ଯେତେବେଳେ ସେ ଏହି ରାଲିରେ ଭାଷଣ ଦେଉଥିଲେ ସେତେବେଳେ ରାଲି ସ୍ଥାନରୁ ଭୋଟ ଗ୍ରହଣ ଅଞ୍ଚଳ ମାତ୍ର ୬୦ କିଲୋମିଟର ଦୂର ଥିଲା । ଏହି ସମୟରେ ମୋଦି ଉତ୍ତର ପ୍ରଦେଶରେ ଅନଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ ମତଦାନର ମତଦାତାଙ୍କୁ କ୍ଷମା ମାଗିଥିଲେ ।
ନିର୍ବାଚନ ଘୋଷଣା ହେବା ପରେ ଏହା ମୋଦିଙ୍କର ପ୍ରଥମ ରାଲି ଥିଲା । ସାହାରନପୁରରେ ମା’ ଦୁର୍ଗାଙ୍କୁ ପ୍ରଣାମ କରି ମୋଦି ତାଙ୍କର ଭାଷଣ ଆରମ୍ଭ କରିଥିଲେ । ମୋଦି କହିଥିଲେ ଯେଉଁଠି ମା’ ଦୁର୍ଗାଙ୍କର ଚାରି ରୂପୂକୁ ଦର୍ଶନ କରିହୁଏ ସେଠାକାର ସବୁ ମା’ ଓ ଭଉଣୀଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।

ମୋଦି କହିଛନ୍ତି, ମୋତେ ଖୁସି ଲାଗୁଛି ଯେ ପ୍ରତ୍ୟେକ୍ଷ ଭାବେ ପ୍ରଚାର ବାହାନାରେ ଆପଣମାନଙ୍କ ସହ ଦର୍ଶନ ହୋଇଗଲା । ଆଉ ଏହାରିଠାରୁ ଅର୍ଥାତ୍ ଶାହାରନପୁରରୁ ମୋର ପ୍ରଚାର କାର୍ଯ୍ୟ ଆରମ୍ଭ ହେଲା ବୋଲି ସେ କହିଛନ୍ତି । ତେବେ ମୁଁ ଏଠାରେ ପ୍ରଥମ ପର୍ଯ୍ୟାୟ ଭୋଟରଙ୍କୁ କ୍ଷମା ମାଗୁଛି । କାରଣ ମୋର କର୍ତ୍ତବ୍ୟ ଥିଲା ଯେ ତାରିଖ ଘୋଷଣା ପରେ ମୁଁ ସେଠାକୁ ଯାଇ ଜନତାଙ୍କ ସହ ସାକ୍ଷାତ୍ କରିଥାଆନ୍ତି । ହେଲେ ନିର୍ବାଚନ କମିଶନଙ୍କ ପ୍ରତିବନ୍ଧକ ଯୋଗୁ ତାହା ହୋଇ ପାରିଲା ନାହିଁ । ତେଣୁ ମୁଁ ଆଜି ପ୍ରଥମ ପର୍ଯ୍ୟାୟ ଭୋଟରଙ୍କୁ କ୍ଷମା ମାଗୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri