Posted inଜାତୀୟ

ଲୋକ ସଭା-ରାଜ୍ୟ ସଭା ମିଶିଲେ ବି କଂଗ୍ରେସର ନାହାନ୍ତି ଶହେ ଏମ୍‌ପି: ମୋଦି

ଅରରିୟା,୩ ।୧୧: ବିହାରରେ ଗୋଟିଏ ପଟେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି ଅନ୍ୟପଟେ ତୃ୍‌ତୀୟ ପର୍ଯ୍ୟାୟ ଭୋଟ ଗ୍ରହଣକୁ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ରହିଛନ୍ତି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨ଟି ରାଲିରେ ଯୋଗ ଦେବାକୁ ବିହାର ପହଞ୍ଚିଛନ୍ତି । ପ୍ରଥମେ ସେ ଅରରିୟାର ଫାରବିସଗଞ୍ଜ ସଭାରେ ସମ୍ବୋଧନ କରିବା ସମୟରେ କହିଛନ୍ତି ବିହାରରେ ଡବଲ ଯୁବରାଜଙ୍କୁ ଲୋକେ ଆଡେଇ ଦେଇଛନ୍ତି । ତେଣୁ ପୁଣିଥରେ ଏନ୍‌ଡିଏ ସରକାର ଗଠନ କରିବାକୁ ଯାଉଛି । ଏହି ସମୟରେ ମୋଦି କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ପୂର୍ବରୁ କଂଗ୍ରେସ ଲୋକଙ୍କୁ ଯେଉଁ ମିଛ ସ୍ୱପ୍ନ ଦେଖାଇଥିଲା ତାହା ଏବେ ଲୋକ ଠିକ୍ ବୁଝି ପାରିଛନ୍ତି । କଂଗ୍ରେସ କହିଥିଲା ଗରିବି ହଟାଇବେ, କୃଷକଙ୍କ ଋଣ ଛାଡ କରିବେ । ଓଆର୍‌ଓପି ଲାଗୁ କରିବେ ଏହା କେବଳ କଂଗ୍ରେସର ବୟାନ ବାଜିଥିଲା କାମ କିନ୍ତୁ ଶୂନ୍ୟ । ସେଥିପାଇଁ ଆଜି କଂଗ୍ରେସର ଅବସ୍ଥା ଏପରି ହୋଇଛି । ଏବେ ଲୋକ ସଭା ରାଜ୍ୟ ସଭା ଦୁଇଟି ଯାକ ମିଶିଲେ ବି କଂଗ୍ରେସ ନିକଟରେ ୧୦୦ ଏମ୍‌ପି ନାହାନ୍ତି । କେତେକ ରାଜ୍ୟରେ କଂଗ୍ରେସ ଖାତା ବି ଖୋଲି ପାରି ନାହିଁ । ଉତ୍ତରପ୍ରଦେଶ ଓ ବିହାରରେ କଂଗ୍ରେସ ଚତୁର୍ଥ-ପଞ୍ଚମ ସ୍ଥାନରେ ଥିବା ବେଳେ କାହାର କୁର୍ତ୍ତା ଟାଣି ବଞ୍ଚିବାକୁ ଚେଷ୍ଟା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri