ଅଷ୍ଟ୍ରେଲିଆରୁ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲେ ମୋଦି, ଟୁଇଟ କରି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

ସିଡନୀ,୨୪।୫: ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି କି ୩ ଦେଶର ସଫଳ ଯାତ୍ରା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ, ପପୁଆ ନ୍ୟୁ ଗିନି ଓ ଅଷ୍ଟ୍ରେଲିଆ ଯାତ୍ରା କରିବା ପରେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲିଆରୁ ଭାରତ ଫେରିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ ଅଷ୍ଟ୍ରେଲିଆ, ଅଷ୍ଟ୍ରେଲିଆ ସରକାର ଏବଂ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଆଲବନିଜଙ୍କୁ ଆତିଥ୍ୟ ପାଇଁ ମୁଁ ଧନ୍ୟବାଦ ଜଣାଉଛି। ଆମେ ଏକ ଜୀବନ୍ତ ଭାରତ-ଅଷ୍ଟ୍ରେଲିଆ ବନ୍ଧୁତା ଦିଗରେ କାର୍ଯ୍ୟ ଜାରି ରଖିବୁ, ଯାହା ମଧ୍ୟ ବିଶ୍ୱବ୍ୟାପୀ ହିତ ପାଇଁ ଉଦ୍ଦିଷ୍ଟ ହେବ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିଜନେସ ଲିଡର୍ସଙ୍କ ରାଉଣ୍ଡ ଟେବୁଲ ବୈଠକ ପରେ ୟୁନିଭରସିଟିଜ ଅଷ୍ଟ୍ରେଲିଆର ମୁଖ୍ୟ କାର୍ଯ୍ୟର୍ନିବାହୀ କ୍ୟାଟ୍ରିଓନା ଜ୍ୟାକସନ କହିଛନ୍ତି ଯେ ଆଜି ଆମ ସହିତ ପ୍ରଧାନମନ୍ତ୍ରୀ ମୋଦି ରହିବା ଏକ ସୌଭାଗ୍ୟର ବିଷୟ। ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ସମ୍ପର୍କ ଏକ ସୁବର୍ଣ୍ଣ ଯୁଗରେ ପ୍ରବେଶ କରୁଛି, ଏହା ଚମତ୍କାର ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri