ଅଷ୍ଟ୍ରେଲିଆରୁ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲେ ମୋଦି, ଟୁଇଟ କରି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

ସିଡନୀ,୨୪।୫: ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି କି ୩ ଦେଶର ସଫଳ ଯାତ୍ରା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ, ପପୁଆ ନ୍ୟୁ ଗିନି ଓ ଅଷ୍ଟ୍ରେଲିଆ ଯାତ୍ରା କରିବା ପରେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲିଆରୁ ଭାରତ ଫେରିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ ଅଷ୍ଟ୍ରେଲିଆ, ଅଷ୍ଟ୍ରେଲିଆ ସରକାର ଏବଂ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଆଲବନିଜଙ୍କୁ ଆତିଥ୍ୟ ପାଇଁ ମୁଁ ଧନ୍ୟବାଦ ଜଣାଉଛି। ଆମେ ଏକ ଜୀବନ୍ତ ଭାରତ-ଅଷ୍ଟ୍ରେଲିଆ ବନ୍ଧୁତା ଦିଗରେ କାର୍ଯ୍ୟ ଜାରି ରଖିବୁ, ଯାହା ମଧ୍ୟ ବିଶ୍ୱବ୍ୟାପୀ ହିତ ପାଇଁ ଉଦ୍ଦିଷ୍ଟ ହେବ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିଜନେସ ଲିଡର୍ସଙ୍କ ରାଉଣ୍ଡ ଟେବୁଲ ବୈଠକ ପରେ ୟୁନିଭରସିଟିଜ ଅଷ୍ଟ୍ରେଲିଆର ମୁଖ୍ୟ କାର୍ଯ୍ୟର୍ନିବାହୀ କ୍ୟାଟ୍ରିଓନା ଜ୍ୟାକସନ କହିଛନ୍ତି ଯେ ଆଜି ଆମ ସହିତ ପ୍ରଧାନମନ୍ତ୍ରୀ ମୋଦି ରହିବା ଏକ ସୌଭାଗ୍ୟର ବିଷୟ। ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ସମ୍ପର୍କ ଏକ ସୁବର୍ଣ୍ଣ ଯୁଗରେ ପ୍ରବେଶ କରୁଛି, ଏହା ଚମତ୍କାର ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri