ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୨୫ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିଟେନର ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିବାକୁ ଯାଉଥିବା ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ଆପଣଙ୍କ ସହ ବିଶ୍ୱର ଅନେକ ପ୍ରସଙ୍ଗକୁ ନେଇ କାମ କରବାକୁ ଉତ୍ସାହିତ ଅଛି । ଏହାସହ ମୋଦି ରୋଡମ୍ୟାପ ୨୦୩୦ କଥା ବି ଉଠାଇଛନ୍ତି । ସୂଚନାଯୋଗ୍ୟ, ଋଷି ସୁନକଙ୍କୁ ବ୍ରିଟେନର କଞ୍ଜରଭେଟିଭ ପାର୍ଟିର ନେତା ଭାବେ ନିର୍ବାଚିତ କରାଯାଇଛି । କଞ୍ଜରଭେଟିଭ ପାର୍ଟି ଏବେ ଶାସନ କ୍ଷମତାରେ ରହିଛି । ଏଠାରେ ଶାସକ ଦଳର ନେତା ହିଁ ପ୍ରଧାନମନ୍ତ୍ରୀ ହୋଇଥାଆନ୍ତି । ଋଷି ସୁନକଙ୍କୁ ନିର୍ଦ୍ଦେନ୍ଦ୍ୱରେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଛି ।
ପ୍ରଧାନମନ୍ତ୍ରୀ ଟୁଇଟ କରି ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟରେ ମୋଦି ଲେଖିଛନ୍ତି, ଋଷି ସୁନକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା! କାରଣ ଆପଣ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ମୁଁ ବିଶ୍ୱର ଅନେକ ପ୍ରସଙ୍ଗକୁ ନେଇ ଆପଣଙ୍କ ସହକ ମିଶି କାମ କରିବା ଓ ରୋଡମ୍ୟାପ ୨୦୩୦କୁ ଲାଗୁ କରିବାକୁ ନେଇ ଉତ୍ସାହିତ ରହିଛି । ବ୍ରିଟିଶ ଭାରତୀୟଙ୍କ ‘ଜୀବନ ସେତୁ’କୁ ଦୀପାବଳୀର ବିଶେଷ ଅଭିନନ୍ଦନ । ଆମେ ଐତିହାସିକ ସମ୍ପର୍କକୁ ଆଧୁନିକ ଭାଗିଦାରୀରେ ପରିଣତ କରିଦେଉଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri