Posted inଜାତୀୟ

ମୋଦିଙ୍କ ତିନି ଦିନିଆ ୟୁରୋପ ଗସ୍ତ

ନୂଆଦିଲ୍ଲୀ,୨ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୩ ଦିନିଆ ୟୁରୋପ ଗସ୍ତରେ ସୋମବାର ସକାଳୁ ଜର୍ମାନୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମଓ) ପକ୍ଷରୁ ଟୁଇଟ କରି ଏହି ସୂଚନା ଦିଆଯାଇଛି । ପ୍ରଥମେ ମୋଦି ବର୍ଲିନରେ ପହଞ୍ଚିବେ । ସେଠରେ ସେ ଭାରତ-ଜର୍ମାନୀ ସହଯୋଗକୁ ମଜଭୁତ କରିବାକୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀ ସୋମବାର ବର୍ଲିନ, ଜର୍ମାନୀ ପହଞ୍ଚିବେ, ସେଠାରେ ସେ ଜର୍ମାନ ଚାନସଲର ଓଲାଫ ସ୍କୋଲ୍‌ଜଙ୍କ ସହ ଷଷ୍ଠ ଭାରତ-ଜର୍ମାନୀ ଇଣ୍ଟର ଗଭର୍ନମେଣ୍ଟଲ କନସଲଟେଶନ(ଆଇଜିସି)ରେ ଭାଗ ନେବେ । ଅନ୍ୟ ଉଚ୍ଚ ସ୍ତରୀୟ କଥାବାର୍ତ୍ତା ସହ ନାର୍ଡିକ ଦେଶର ନେତାଙ୍କ ସହ କଥା ହେବା ପାଇଁ ସେ ମଙ୍ଗଳବାର ଡେନମାର୍କ ଯିବାର କାର୍ଯ୍ୟକ୍ରମ ରହିଛି । ଏହାସହ ବୁଧବାର ସେ ପ୍ୟାରିସରେ କିଛିସମୟ ରହି ତିନି ଦିନିଆ ୟୁରୋପ ଗସ୍ତ ଶେଷ କରିବେ ବୋଲି ଜଣାପଡିଛି । ପ୍ୟାରିସରେ ସେ ନବ ନିର୍ବାଚିତ ଫ୍ରାନସିସି ରାଷ୍ଟ୍ରପତି ଇମାନ୍ୟୁଏଲ ମାକ୍ରୋଙ୍କୁ ଭେଟିବେ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri