ସାରା ବିଶ୍ୱରେ ପୁଣି ମୋଦିଙ୍କ ଚର୍ଚ୍ଚା, ଗ୍ଲୋବାଲ ଲିଡର ଆପ୍ରୁଭାଲରେଟିଂରେ ପଛରେ ପକାଇଲେ ଏହି ସୁପରପାଓ୍ବାର୍ସଙ୍କୁ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୫: ଗ୍ଲୋବାଲ ଲିଡର ଆପ୍ରୁଭାଲରେଟିଂରେ ଏଥର ବି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟପରେ ଦେଖିବାକୁ ମିଳିଛି। ଆମେରିକା ସ୍ଥିତ କନସଲଣ୍ଟିଂ ଫର୍ମ ‘ମର୍ନିଂ କନସଲ୍ଟ’ର ଏକ ସର୍ଭେ ଅନୁଯାୟୀ ୭୮ ପ୍ରତିଶତ ରେଟିଂ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ବୋଲି କୁହାଯାଇଛି।ଏହି ସର୍ଭେରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଷଷ୍ଠ ଓ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ୧୦ମ ସ୍ଥାନରେ ରହିଛନ୍ତି।
ମର୍ନିଂ କନ୍ସଲ୍ଟ ହେଉଛି ଏକ ଆମେରିକୀୟ କମ୍ପାନୀ ଯାହାକି ରାଜନେତା ଭାବରେ ଯେ କୌଣସି ଦେଶରେ ସରକାର ଚଳାଉଥିବା ନେତାଙ୍କ ଭାବମୂର୍ତ୍ତି ଉପରେ ତଥ୍ୟ ସଂଗ୍ରହ କରିଥାଏ । ଏହି କମ୍ପାନୀ ୨୦୧୪ରେ ଆରମ୍ଭ ହୋଇଥିଲା, ଯେଉଁ ବର୍ଷ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହୋଇଥିଲେ। ଏହି କମ୍ପାନୀର କାର୍ଯ୍ୟ ବିଶ୍ୱ ସ୍ତରରେ ଡାଟା ଇଣ୍ଟେଲିଜେନ୍ସ। ମର୍ନିଂ କନ୍ସଲ୍ଟକୁ ଦ୍ରୁତତମ ବଢୁଥିବା ଟେକ୍ନୋଲୋଜି ଆଧାରିତ କମ୍ପାନୀ ଭାବରେ ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri