Posted inଜାତୀୟ

ମହାରାଷ୍ଟ୍ର ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ପ୍ରଧାନମନ୍ତ୍ରୀ ମୋଦି, ଝାଡ଼ଖଣ୍ଡରେ ପରାଜୟକୁ ନେଇ କହିଦେଲେ ଏମିତି…

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଷ୍ଟ୍ର ନିର୍ବାଚନରେ ଏନ୍‌ଡିଏ କର୍ମୀଙ୍କ କଠିନ ପରିଶ୍ରମକୁ ସେ ପ୍ରଶଂସା କରିଛନ୍ତି। ଏଥିସହ ସେ ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ‘ଏକ୍ସ’ ହ୍ୟାଣ୍ଡେଲରେ ଗୋଟିଏ ପରେ ଗୋଟିଏ ପୋଷ୍ଟ କରିଛନ୍ତି। ଏହା ‘ବିକାଶର ବିଜୟ, ଉତ୍ତମ ଶାସନର ବିଜୟ । ଏକଜୁଟ୍‌ ହୋଇ ଆମେ ଆହୁରୀ ଉଚ୍ଚକୁ ଉଠିବା। ଏନ୍‌ଡିଏର ଐତିହାସିକ ବିଜୟ ଲାଗି ମହାରାଷ୍ଟ୍ରର ଭାଇ-ଭଉଣୀଙ୍କୁ , ବିଶେଷକରି ରାଜ୍ୟର ଯୁବକ-ମହିଳାମାନଙ୍କୁ କୃତଜ୍ଞତା ଜଣାଉଛି। ଏହି ସ୍ନେହ ଏବଂ ଆଦର ଅତୁଳନୀୟ। ମହାରାଷ୍ଟ୍ରର ଅଗ୍ରଗତି ପାଇଁ ଆମର ସହଯୋଗୀ ମେଣ୍ଟ କାର୍ଯ୍ୟ ଜାରି ରଖିବ। ଜୟ ମହାରାଷ୍ଟ୍ର ବୋଲି ସେ ଲେଖିଛନ୍ତି।

ଝାଡ଼ଖଣ୍ଡ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ପ୍ରତିକ୍ରିୟା ରଖିଛନ୍ତି। ଝାଡ଼ଖଣ୍ଡ ଲୋକ ଆମ ପ୍ରତି ସମର୍ଥନ କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଦେଉଛି। ଲୋକଙ୍କ ସମସ୍ୟା ଉଠାଇବା ଏବଂ ରାଜ୍ୟ ପାଇଁ କାର୍ଯ୍ୟ କରିବାରେ ସର୍ବଦା ଆଗରେ ରହିବୁ। ତେବେ ରାଜ୍ୟରେ ପ୍ରଦର୍ଶନ ଲାଗି ଜେଏମ୍‌ଏମ୍‌ ହେମନ୍ତ ସୋରେନଙ୍କ ନେତୃତ୍ୱାଧୀନ ମେଣ୍ଟକୁ ଅଭିନନ୍ଦନ ଜଣାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri