Posted inଜାତୀୟ

ମହାରାଷ୍ଟ୍ର ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ପ୍ରଧାନମନ୍ତ୍ରୀ ମୋଦି, ଝାଡ଼ଖଣ୍ଡରେ ପରାଜୟକୁ ନେଇ କହିଦେଲେ ଏମିତି…

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଷ୍ଟ୍ର ନିର୍ବାଚନରେ ଏନ୍‌ଡିଏ କର୍ମୀଙ୍କ କଠିନ ପରିଶ୍ରମକୁ ସେ ପ୍ରଶଂସା କରିଛନ୍ତି। ଏଥିସହ ସେ ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ‘ଏକ୍ସ’ ହ୍ୟାଣ୍ଡେଲରେ ଗୋଟିଏ ପରେ ଗୋଟିଏ ପୋଷ୍ଟ କରିଛନ୍ତି। ଏହା ‘ବିକାଶର ବିଜୟ, ଉତ୍ତମ ଶାସନର ବିଜୟ । ଏକଜୁଟ୍‌ ହୋଇ ଆମେ ଆହୁରୀ ଉଚ୍ଚକୁ ଉଠିବା। ଏନ୍‌ଡିଏର ଐତିହାସିକ ବିଜୟ ଲାଗି ମହାରାଷ୍ଟ୍ରର ଭାଇ-ଭଉଣୀଙ୍କୁ , ବିଶେଷକରି ରାଜ୍ୟର ଯୁବକ-ମହିଳାମାନଙ୍କୁ କୃତଜ୍ଞତା ଜଣାଉଛି। ଏହି ସ୍ନେହ ଏବଂ ଆଦର ଅତୁଳନୀୟ। ମହାରାଷ୍ଟ୍ରର ଅଗ୍ରଗତି ପାଇଁ ଆମର ସହଯୋଗୀ ମେଣ୍ଟ କାର୍ଯ୍ୟ ଜାରି ରଖିବ। ଜୟ ମହାରାଷ୍ଟ୍ର ବୋଲି ସେ ଲେଖିଛନ୍ତି।

ଝାଡ଼ଖଣ୍ଡ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ପ୍ରତିକ୍ରିୟା ରଖିଛନ୍ତି। ଝାଡ଼ଖଣ୍ଡ ଲୋକ ଆମ ପ୍ରତି ସମର୍ଥନ କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଦେଉଛି। ଲୋକଙ୍କ ସମସ୍ୟା ଉଠାଇବା ଏବଂ ରାଜ୍ୟ ପାଇଁ କାର୍ଯ୍ୟ କରିବାରେ ସର୍ବଦା ଆଗରେ ରହିବୁ। ତେବେ ରାଜ୍ୟରେ ପ୍ରଦର୍ଶନ ଲାଗି ଜେଏମ୍‌ଏମ୍‌ ହେମନ୍ତ ସୋରେନଙ୍କ ନେତୃତ୍ୱାଧୀନ ମେଣ୍ଟକୁ ଅଭିନନ୍ଦନ ଜଣାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri