Posted inଜାତୀୟ

ନିର୍ବାଚନୀ ବର୍ଷ ପାଇଁ ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ମନ୍ତ୍ର

ନୂଆଦିଲ୍ଲୀ, ୨୯।୬: ଚଳିତ ବର୍ଷ ଦେଶର ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥି ସହିତ ଆସନ୍ତା ବର୍ଷ ଆରମ୍ଭରେ ଲୋକ ସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ପ୍ରାୟ ସମସ୍ତ ଦଳ ଆକ୍ସନ ମୋଡରେ ଅଛନ୍ତି। ନିର୍ବାଚନ ପାଇଁ ଭାଜପା ମଧ୍ୟ ପ୍ରସ୍ତୁତ ହୋଇଛି। ସେପଟେ ନିର୍ବାଚନ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ମନ୍ତ୍ର ଦେଇଛନ୍ତି। ପିଏମ ମୋଦି କହିଛନ୍ତି, ଗରିବ, ଶୋଷିତ, ବଞ୍ଚିତ ଏବଂ ପଛୁଆ ବର୍ଗ ଏବଂ ମଧ୍ୟବିତ୍ତଙ୍କ ଉପରେ ଧ୍ୟାନ ଦିଅନ୍ତୁ।

ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ କୁହାଯାଇଛି ଯେ, ଆସନ୍ତା ଲୋକ ସଭା ନିର୍ବାଚନରେ ବଞ୍ଚିତ, ଶୋଷିତ, ଗରିବ ଏବଂ ପଛୁଆବର୍ଗଙ୍କ ପ୍ରତି ବିଶେଷ ଧ୍ୟାନ ଦିଆଯିବ। ଏହି ବିଭାଗଗୁଡିକ ସହିତ ଜଡିତ ପ୍ରସଙ୍ଗଗୁଡ଼ିକୁ ବିଶେଷ ପ୍ରାଧାନ୍ୟ ଦିଆଯିବ। ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀମାନଙ୍କୁ ନିଜ ନିଜ ମନ୍ତ୍ରଣାଳୟର ଯୋଜନାରେ ଗରିବ ଏବଂ ମଧ୍ୟବିତ୍ତଙ୍କ ପ୍ରତି ବିଶେଷ ଧ୍ୟାନ ଦେବାକୁ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀମାନଙ୍କୁ ମଧ୍ୟ ସେମାନଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀରେ ପଛୁଆ ବର୍ଗ ଉପରେ ଧ୍ୟାନ ଦେବାକୁ, ସେମାନଙ୍କ ଜୀବନରେ ଗୁଣାତ୍ମକ ଉନ୍ନତି ପାଇଁ କାର୍ଯ୍ୟ କରିବାକୁ କହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri