ବାଇଡେନ ଦମ୍ପତିଙ୍କୁ ସ୍ବତନ୍ତ୍ର ବ୍ରୋଚ୍‌ ଉପହାର ଦେଲେ ମୋଦି

ବର୍ଲିନ,୨୮।୬: ଜର୍ମାନୀର ଏଲ୍‌ମାଉଠାରେ ଆୟୋଜିତ ହେଉଥିବା ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ଦେଶର ନେତାଙ୍କ ପାଇଁ ଭାରତର ଭଳିକି ଭଳି ଅନନ୍ୟ ଉପହାର ନେଇଥିଲେ। ଛତିଶଗଡ଼ରୁ ନନ୍ଦୀ-ଥିମ ଡୋକରା କଳାକୁ ଆର୍ଜେଣ୍ଟିନା ରାଷ୍ଟ୍ରପତି ଆଲବର୍ଟୋ ଫର୍ନାଡିଜ୍‌ଙ୍କୁ ମୋଦି ଭେଟି ଦେଇଛନ୍ତି। ଏହି ବିଶେଷ କଳାକୃତି ହେଉଛି ‘ନନ୍ଦୀ-ଦ ମେଡିଟେଟିଭ ବୁଲ’। ସେହିପରି ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କୁ ପ୍ରଧାନମନ୍ତ୍ରୀ ଏକ ରାମାୟଣ ଥିମ ଡୋକରା ଭେଟି କରିଛନ୍ତି। ଏହି କଳା ମଧ୍ୟ ଛତିଶଗଡ଼ର। ଏଥିସହ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ବାରାଣସୀରୁ ଗୋଲାପୀ ରଙ୍ଗର ମୀନା ଲାଗିଥିବା ଏକ ବ୍ରୋଚ ଉପହାର ଦେଇଥିବା ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ମୋଦି ବାଇଡେନ ଦମ୍ପତିଙ୍କୁ ତାଙ୍କ ପରି ଏକ ସମାନ ବ୍ରୋଚ ପ୍ରସ୍ତୁତ କରିଥିଲେ। ସେହିଭଳି ନିଜାମବାଦରୁ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡାଙ୍କୁ ସ୍ବତନ୍ତ୍ର ମାଟିପାତ୍ର ଉପହାର ଦେଇଥିବା ବେଳେ ଲକ୍ଷ୍ନୌର ଏକ ସ୍ବତନ୍ତ୍ର ଜରଡୋସି ବାକ୍ସରେ ମୋଦି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ସୁଗନ୍ଧିତ ଇତର ବୋତଲ ଉପହାର ଦେଇଛନ୍ତି। ଜରଡୋସି ବାକ୍ସରେ ଫ୍ରାନ୍ସର ଜାତୀୟ ପତାକା ରଙ୍ଗରେ ଖାଦି ରେଶମ ହସ୍ତକଳାରେ ସଜାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri