Posted inଜାତୀୟ

ଦେଶରେ କରୋନା ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦେଶରେ କରୋନା ସ୍ଥିତି ଏବଂ ଜନସ୍ବାସ୍ଥ୍ୟ କ୍ଷେତ୍ରରେ ପ୍ରସ୍ତୁତି ଉପରେ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ଡାକ୍ତରଖାନା ପରିସରରେ ମାସ୍କ ପିନ୍ଧିବା ସହିତ କରୋନା ରୋକିବା ପାଇଁ ରୋଗୀ, ସ୍ବାସ୍ଥ୍ୟ ବିଶେଷଜ୍ଞ ଏବଂ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପଯୁକ୍ତ ଆଚରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ବରିଷ୍ଠ ନାଗରିକ ଏବଂ ଅସୁସ୍ଥତା ଥିବା ଲୋକଙ୍କୁ ଜନଗହଳି ପୂର୍ଣ୍ଣ ସ୍ଥାନକୁ ଯିବାବେଳେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯିବା ଆବଶ୍ୟକ।
ପ୍ରଧାନମନ୍ତ୍ରୀ କହିଛନ୍ତି, କରୋନା ମହାମାରୀ ଶେଷ ହୋଇନାହିଁ ଏବଂ ନିୟମିତ ବ୍ୟବଧାନରେ ସାରା ଦେଶରେ ପରିସ୍ଥିତି ଉପରେ ନଜର ରଖିବାର ଆବଶ୍ୟକତା ରହିଛି।
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ, ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଭାରତୀ ପ୍ରବୀଣ ପାୱାର, ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ, ଆଇସିଏମଆର ରାଜୀବ ବେହଲ, ଏନଆଇଟି ଆୟୋଗର ଭି.କେ ପାଲ, ଗୃହ ସଚିବ ଅଜୟ ଭଲା, ପିଏମଓ ଅଧିକାରୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।
ଗତ କିଛି ଦିନ ହେବ ଦେଶରେ କରୋନା ରୋଗରେ ବୃଦ୍ଧି ଘଟୁଛି। ବୁଧବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୧୧୩୪ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହା ପରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୦୨୬କୁ ବୃଦ୍ଧି ପାଇଛି।
ଏହାପୂର୍ବରୁ ମାର୍ଚ୍ଚ ୧୬ରେ କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କରୋନା ମାମଲା ବଢିବା ମଧ୍ୟରେ ରାଜ୍ୟମାନଙ୍କୁ ଏକ ଚିଠି ଲେଖିଥିଲେ। ମନ୍ତ୍ରଣାଳୟ ମହାରାଷ୍ଟ୍ର, ଗୁଜରାଟ, ତେଲେଙ୍ଗାନା, ତାମିଲନାଡୁ, କେରଳ ଏବଂ କର୍ନାଟକକୁ ଏକ ଚିଠି ଲେଖି କରୋନା ବିଷୟରେ ସଜାଗ ରହିବାକୁ କହିଛି। ଏଭଳି ପରିସ୍ଥିତିରେ ସରକାରଙ୍କୁ ପାଞ୍ଚ ଫୋଲ୍ଡ ଷ୍ଟ୍ରାଟେଜୀ ଅଧୀନରେ ପରିସ୍ଥିତି ଉପରେ ନଜର ରଖିବାକୁ ଏବଂ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri