Posted inଜାତୀୟ

ବିପୁଳ ବିଜୟ ପରେ ଏବେ ଫୋକସ୍‌ରେ ଗୁଜରାଟ

ଗାନ୍ଧିନଗର,୧୧।୩: ୟୁପି, ଗୋଆ, ମଣିପୁର ଏବଂ ଉତ୍ତରାଖଣ୍ଡର ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟରେ ପହଞ୍ଚିଛନ୍ତି। ପାଞ୍ଚଟି ରାଜ୍ୟ ମଧ୍ୟରୁ ଚାରିଟିରେ ବିରାଟ ବିଜୟର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେ ଗୁଜରାଟକୁ ଦୁଇ ଦିନିଆ ଗସ୍ତରେ ଅଛନ୍ତି। ଚଳିତ ବର୍ଷ ଶେଷରେ ଏଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ଏକ ମେଗା ରୋଡ ଶୋ’ ମାଧ୍ୟମରେ ଭାଜପାର ନିର୍ବାଚନ ପ୍ରସ୍ତୁତି ଆରମ୍ଭ କରିଦେଇଛି।
ଏହି କ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଅହମ୍ମଦାବାଦରେ ପହଞ୍ଚିଛନ୍ତି। ଏଠାରେ ଥିବା ବିମାନବନ୍ଦରରୁ ସେ ଗାନ୍ଧିନଗର ଭାଜପା କାର୍ଯ୍ୟାଳୟ ‘କମଲମ’ ଅଭିମୁଖେ ବାହାରିଛନ୍ତି। ଏକ ଖୋଲା ଗାଡିରେ ଛିଡା ହୋଇ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଅଭିବାଦନ ଜଣାଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏକ ଘଣ୍ଟାରେ ପ୍ରାୟ ନଅ କିଲୋମିଟର ଦୂରତା ଅତିକ୍ରମ କରିବେ। ଏହି ରୋଡ ଶୋ’ରେ ଚାରି ଲକ୍ଷରୁ ଅଧିକ ଲୋକ ଅଂଶଗ୍ରହଣ କରିଛନ୍ତି। କରୋନା ଅବଧି ପରେ ଏହା ସବୁଠାରୁ ବଡ ଜନସାଧାରଣ କାର୍ଯ୍ୟକ୍ରମ। ଭାଜପା କାର୍ଯ୍ୟାଳୟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ନେତାଙ୍କ ସହ ଏକ ବୈଠକ କରିବେ। ସାରେ ସେ ପଞ୍ଚାୟତ ପ୍ରତିନିଧୀଙ୍କୁ ମଧ୍ୟ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri