Posted inଜାତୀୟ

ବଢିଲା ବାୟୁସେନାର ଶକ୍ତି

ଝାନ୍‌ସୀ,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତୀୟ ବାୟୁସେନାକୁ ହିନ୍ଦୁସ୍ତାନ ଏରୋନଟିକ୍ସ ଦ୍ୱାରା ନିର୍ମିତ ହାଲୁକା କମ୍ବାକ୍ଟ ହେଲିକପ୍ଟର ପ୍ରଦାନ କରିଛନ୍ତି । ଡିଆରଡିଓ ଦ୍ୱାରା ଡିଜାଇନ ଓ ବିଇଏଲ ଦ୍ୱାରା ନିର୍ମିତ ଉନ୍ନତ ଇଲେକ୍‌ଟ୍ରୋନିକ ୱାରଫେୟାର ଶୁଟ୍ ଭାରତୀୟ ନୌସେନାକୁ ଦେଇଛନ୍ତି । ଏହାସହ ଭାରତୀୟ ଷ୍ଟାଟଅପ୍ ଦ୍ୱାରା ବିକଶିତ କରାଯାଇଥିବା ଡ୍ରୋନ୍ ଓ ୟୁଏବି ଭାରତୀୟ ସେନାକୁ ପ୍ରଦାନ କରିଛନ୍ତି ।
ଏହି ହେଲିକପ୍ଟର ୧୫-୧୬ ହଜାର ଉଚ୍ଚତା ପର୍ଯ୍ୟନ୍ତ ଉଡିବାର କ୍ଷମତା ରଖିପାରେ ।
ବିଶ୍ୱର ଏହା ଏକମାତ୍ର ହେଲିକପ୍ଟର, ଯାହା ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର ସିୟାଚିନ ଗ୍ଲାସିୟରରେ ଉଡିପାରିବା ସହ, କଠିନ ଉଚ୍ଚତାରେ ଟେକଅଫ ଓ ଲ୍ୟାଣ୍ଡ କରିବା ବ୍ୟତୀତ ଶତ୍ରୁଙ୍କୁ ଟାର୍ଗେଟ କରି ଆକ୍ରମଣ କରିବାର କ୍ଷମତା ରଖିଛି ।
ବରଫ ପାହାଡ ଉପରେ ମାଇନସ୍ ୫୦ ଡିଗ୍ରୀ ସେଲସିୟସରେ ଉଡିପାରିବା ସହ ଏହା ମରୁଭୂମୀର ୫୦ ଡିଗ୍ରୀ ତାପମାତ୍ରାରେ ବି ଉଡିବାର କ୍ଷମତା ରଖିଛି ।
ଏହି ଲାଇଟ୍ କମ୍ବାକ୍ଟ ହେଲିକପ୍ଟରକୁ ୧୩ ବର୍ଷର କଠିନ ପରିଶ୍ରମ ପରେ ତିଆରି କରାଯାଇଛି ।
ଦେଶର ସ୍ୱାଧିନତାକୁ ୭୫ ବର୍ଷ ପୁରଣ ହେବା ଅବସରରେ ସ୍ୱାଧିନତାର ଅମୃ୍‌ତ ମହୋତ୍ସବ ପାଳନ କରାଯାଉଛି । ଉତ୍ତର ପ୍ରଦେଶର ଝାନ୍‌ସୀରେ ଏହାକୁ ନେଇ ୩ ଦିନ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । କାର୍ଯ୍ୟକ୍ରମର ପ୍ରଥମ ଦିନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହାର ଶୁଭାରମ୍ଭ କରିଛନ୍ତି । ଶୁକ୍ରବାର ଏହାର ଶେଷ ଦିବସ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଝାନ୍‌ସୀ ପହଞ୍ଚି ସ୍ୱଦେଶ ନିର୍ମିତ ହେଲିକପ୍ଟର ବାୟୁସେନାକୁ ଅର୍ପଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri