Posted inଜାତୀୟ

ଅଚାନକ ଲେହରେ ପହଞ୍ଚିଲେ ମୋଦି

ଶ୍ରୀନଗର,୩।୭: ଚାଇନା ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହଠାତ୍‌ ଲେହରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ଏଠାରେ ପହଞ୍ଚି ଯବାନମାନଙ୍କୁ ଭେଟିଥିଲେ। ଏହାପୂର୍ବରୁ କେବଳ ପ୍ରତିରକ୍ଷା ମୁଖ୍ୟ ବିପିନ ରାୱତ ସେଠାକୁ ଯାଇଥିଲେ। ମୋଦି ନିମୁ ଫରୱାର୍ଡ ପୋଷ୍ଟରେ ପହଞ୍ଚି ସେନା, ବାୟୁସେନା ଅଧିକାରୀଙ୍କ ସହ ସିଧାସଳଖ କଥାବାର୍ତ୍ତା କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ନିମୁ ପୋଷ୍ଟ ସମୁଦ୍ର ପତ୍ତନ ଠାରୁ ୧୧ ହଜାର ଫୁଟ ଉଚ୍ଚରେ ଉପସ୍ଥିତ। ଯାହା ଦୁନିଆର ସର୍ବୋଚ୍ଚ ଏବଂ ବିପଜ୍ଜନକ ପୋଷ୍ଟ ଭାବରେ ପରିଗଣିତ।
ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ୧୪ ଜଣ କର୍ପସ ଅଧିକାରୀଙ୍କ ସହ କଥା ହୋଇଥିଲେ। ଏହା ବ୍ୟତୀତ ବିପିନ ରାୱତଙ୍କ ସହ ସାମ୍ପ୍ରତିକ ପରିସ୍ଥିତି ଉପରେ ନଜର ରଖିଥିଲେ। ଏହି ସମୟରେ ଉତ୍ତର ଆର୍ମି କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ୟୁ.କେ ଯୋଶୀ, ଲେଫ୍ଟନାଣ୍ଟ ଜେନେରାଲ ହରିନ୍ଦର ସିଂ ମଧ୍ୟ ଉପସ୍ଥିତ ଥିଲେ। ମେ ମାସରୁ ଚାଇନା ସହିତ ସୀମାରେ ଉତ୍ତେଜନା ଦେଖାଦେଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ଏଠାକୁ ଆସିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ସୂଚନାଯୋଗ୍ୟ, ଲଦାଖ ସୀମାରେ ଉତ୍ତେଜନା ମଧ୍ୟରେ ଜୁନ୍‌ ୧୫ରେ ଗଲଓ୍ବାନ୍‌ ଉପତ୍ୟକାରେ ଭାରତ ଏବଂ ଚାଇନା ସୈନ୍ୟ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସଂଘର୍ଷରେ ଭାରତୀୟ ସେନାର ୨୦ ଯବାନ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?