Posted inଜାତୀୟ

ପାରମ୍ପାରିକ ହିମାଚଳ ପୋଷାକରେ ନଜର ଆସିଲେ ମୋଦି

ଡେରାଡୁନ,୨୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶକ୍ରବାର ୬ଷ୍ଠ ଥର ପାଇଁ ବାବା କେଦାରନାଥ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ମୋଦିଙ୍କୁ ତୀଥପୁରୋହିତମାନେ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସ୍‌ପିଜିଙ୍କ ସହ ମନ୍ଦିର ପରିସରରେ ପହଞ୍ଚିଥିଲେ। ବାବା କେଦାରନାଥଙ୍କୁ ଦର୍ଶନ କରିବା ସହ ସେ ମନ୍ଦିରର ଗର୍ଭଗୃହକୁ ମଧ୍ୟ ପରିଦର୍ଶନ କରିଛନ୍ତି। ଏହି ସମୟରେ ମୋଦିଙ୍କୁ ନିଆରା ଲୁକ୍‌ରେ ଦେଖିବାକୁ ମିଳିଥିଲା। ଧଳା ରଙ୍ଗର ପୋଷାକ, ଲାଲ ପାହାଡି ଟୋପି ଏବଂ ଅଣ୍ଟାରେ ସାଫା ଏକ ଭିନ୍ନ ଲୁକ୍‌ରେ ନଜର ଆସିଲେ ମୋଦି। ଯେତେବେଳେ ବି ମୋଦି କେଦାରନାଥ ଧାମକୁ ଆସନ୍ତି, ସେତେବେଳେ ତାଙ୍କ ପୋଷାକ ସ୍ବତନ୍ତ୍ର ରହିଥାଏ। ତାଙ୍କର ଏହି ସ୍ବତନ୍ତ୍ର ଅନ୍ଦାଜକୁ ମଧ୍ୟ ଲୋକେ ବେଶ୍‌ ପସନ୍ଦ କରିଥାନ୍ତି। ସୂଚନାଯୋଗ୍ୟ, ଆଜି ପ୍ରଧାନମନ୍ତ୍ରୀ ମୋଦି ପିନ୍ଧିଥିବା ପୋଷାକକୁ ହିମାଚଳର ଚାମ୍ବାରେ ନିର୍ମିତ ଏକ ବିଶେଷ ପୋଷାକ ଚୋଲା ଡୋରା ବୋଲି କୁହାଯାଏ। କୁହାଯାଉଛି, ଏହି ପୋଷାକ ତାଙ୍କୁ ହିମାଚଳର ଜଣେ ମହିଳା ଉପହାର ଦେଇଥିଲେ। ଏହାପୂର୍ବର ୩ଥର ପ୍ରଧାନମନ୍ତ୍ରୀ ମୋଦି ଯେତେବେଳେ କେଦାରନାଥ ଆସିଥିଲେ, ସେତେବେଳେ ବି ତାଙ୍କ ପୋଷାକ ଚର୍ଚ୍ଚାରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri