କରୋନା ବିରୋଧରେ ମୋଦି ଆରମ୍ଭ କରିବେ ଜନ ଆନ୍ଦୋଳନ

ନୂଆଦିଲ୍ଲୀ,୮ ।୧୦: କରୋନା ମହାମାରୀ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବରରେ ଆରମ୍ଭ ହେଉଥିବା ପର୍ବପର୍ବାଣୀ, ଶୀତ ତଥା ଅର୍ଥବ୍ୟବସ୍ଥାକୁ ଦେଖି କରୋନା ବିରୋଧରେ ଗୁରୁବାରଠାରୁ ଏକ ଜନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛନ୍ତି । ଏଥିପାଇଁ ଆଜିଠାରୁ ‘ଜନ ଆନ୍ଦୋଳନ’ ଆରମ୍ଭ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ କରି କହିଛନ୍ତି ଯେପର୍ଯ୍ୟନ୍ତ କରୋନା ପାଇଁ ଔଷଧ ନାହିଁ ସେପର୍ଯ୍ୟନ୍ତ ଛାଡ ନାହିଁ ମୋଦି ଲେଖିଛନ୍ତି, ଯବ୍‌ତକ୍ ଦୱାଇ ନେହି ତବ୍‌ତକ୍ ଢିଲାଇ ନେହି । ସୂଚନାଯୋଗ୍ୟ, ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଦଶହରା. ଦୀପାବଳୀ, ନବରାତ୍ରୀ, ଛଟପୂଜା ଆଦି ପର୍ବପର୍ବାଣୀ ପଡୁଛି । ଏହାସହ ଶୀତଋତୁ ମଧ୍ୟ ଆରମ୍ଭ ହେବାକୁ ଯାଉଛି । ତେଣୁ ଆଜିର କାର୍ଯ୍ୟକ୍ରମର ଫୋକସ କରୋନାଠାରୁ ଦୂରେଇ ରହିବା ପାଇଁ କରାଯାଇଛି ବୋଲି କୁହାଯାଇଛି । ମୋଦି ଟୁଇଟ୍ କରି କହିଛନ୍ତି ଆମେ ଭାରତୀୟ କରୋନାକୁ ଯେଉଁଭଳି ଭାବେ ମୁକାବିଲା କରୁଛେ ତାହା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି । ତେଣୁ ଆସନ୍ତୁ ଏକାଠି ହୋଇ କରୋନାର ମୁକାବିଲା କରିବା । ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା । ଅତିକମ୍‌ରେ ଦୁଇ ଫୁଟ ଦୂରତା ରଖିବା । ଆମେ କରୋନା ବିରୋଧରେ ଯେଉଁ ଲଢେଇ ଲଢୁଛୁ ତାହା ଆମ କରୋନା ଯୋଦ୍ଧାଙ୍କୁ ପ୍ରେରଣା ଯୋଗାଉଛି । ତେଣୁ ଏଡାକୁ ଆଗକୁ ଜାରି ରଖିବା ବୋଲି ମୋଦି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?