Posted inଜାତୀୟ

ଗଙ୍ଗା ଏକ୍ସପ୍ରେସ ୱେର ଶିଳାନ୍ୟାସ କଲେ ମୋଦି: ଡବଲ ଇଞ୍ଜିନ ସରକାରଙ୍କର ବିକାଶ ଉପରେ ଧ୍ୟାନ

ଶାହାଜହନପୁର,୧୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶର ଶାହଜହାନପୁରରେ ଗଙ୍ଗା ଏକ୍ସପ୍ରେସ ୱେର ଶିଳାନ୍ୟାସ କରିଛନ୍ତି । ପାଖାପାଖି ୫୯୪ କିଲୋମିଟର ଲମ୍ବା ଏହା ୬ ଲେନ ବିଶିଷ୍ଟ ହେବ । ଏହି କାର୍ଯ୍ୟକ୍ରମରେ ସମ୍ବୋଧନ ଦେବା ଅବସରରେ ମୋଦି କହିଥିଲେ ଏହି ଏକ୍ସପ୍ରେସ ୱେ ମାଧ୍ୟମରେ ୟୁପିର ବିକାଶର ରାସ୍ତା ଖୋଲିବ । ମୋଦି ଆହୁରି ମଧ୍ୟ କହିଥିଲେ ମା’ ଗଙ୍ଗା ସମସ୍ତ ମଙ୍ଗଳ, ଉନ୍ନତି ପ୍ରଗତିର ସ୍ରୋତ । ମା’ ଗଙ୍ଗା ସବୁ ସୁଖ ଦେଇଥାଆନ୍ତି ଓ ସବୁ ଦୁଃଖ ହରଣ କରିଥାଆନ୍ତି । ସେହିପରି ଗଙ୍ଗା ଏକ୍ସପ୍ରେସ୍ ୱେ ଉତ୍ତର ପ୍ରଦେଶର ସମସ୍ତ ପ୍ରଗତିର ବାଟ ଫିଟାଇବ । ଆଜିର ଦିନ ଶହାଜହାନପୁର ପାଇଁ ଐତିହାସିକ ଦିନ । ପାଖାପାଖି ୬୦୦ କିଲୋମିଟର ଲମ୍ବ ଏହି ଏକ୍ସପ୍ରେସ ୱେ ପାଇଁ ୩୬ହଜାର କୋଟି ଟଙ୍କା ଖର୍ଚ୍ଚ କରାଯିବ ।
ଏହି ଅବସରରେ ମୋଦି କହିଥିଲେ, ପ୍ରଥମେ ଏମିତି ପରିଯୋଜନା କାଗଜରେ ଏଇଥିପାଇଁ ଆରମ୍ଭ ହେଉଥିଲା କି ସେମାନେ ସେମାନଙ୍କ ଟ୍ରେଜେରି ଭରୁଥିଲେ । ଏବେ ଏହା ୟୁପି ଜନତାଙ୍କ ଟଙ୍କା ବଞ୍ଚାଉଛି । ଆଜି ଡବଲ ଇଞ୍ଜିନ ସରକାରରେ ୟୁପିର ବୃଦ୍ଧି ହେଉଥିବା ସମାର୍ଥ୍ୟ ଆମେ ସମସ୍ତେ ଦେଖୁଛୁ । ପୂର୍ବଞ୍ଚଳ ଏକ୍ସପ୍ରେସ୍ ୱେ ଅବା ଦିଲ୍ଲୀ-ମେରଠ ଏକ୍ସପ୍ରେସ୍‌ୱେ, କୁଶିନଗର ଇଣ୍ଟର ନ୍ୟାଶନାଲ ଏୟାର ପୋର୍ଟ ହେଉ ଅବା ଡେଡିକେଟେଡ ଫ୍ରେଟ କରିଡର ଏ ସମସ୍ତ ଜନତାଙ୍କ ସେବା ପାଇଁ ସମର୍ପିତ । ସମଗ୍ର ୟୁପି ଏକା ସାଙ୍ଗେ ବଢୁଛି ତ ଦେଶ ଆଗକୁ ବଢୁଛି । ସେଥିପାଇଁ ଡବଲ ଇଞ୍ଜିନର ସରକାର ୟୁପିର ବିକାଶ ଉପରେ ଫୋକସ କରୁଛି । ସବକା ସାଥ ସବାକା ବିକାଶ, ସବକା ବିଶ୍ୱାସ ଓ ସବକା ପ୍ରୟାସ ମନ୍ତ୍ର ସହ ଆମେ ୟୁପିରେ ବିକାଶ ପାଇଁ ପ୍ରୟାସ କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri