Posted inଜାତୀୟ

ଗୁଜରାଟ: ୧୩୦୦କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟସେବାର ଲୋକାର୍ପଣ କଲେ ମୋଦି

ଅହମଦାବାଦ,୧୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଅହମଦାବାରେ ସିଭିଲ ହସ୍ପିଟାଲରେ ପ୍ରାୟ ୧୩୦୦ କୋଟି ଟଙ୍କାର ବିଭିନ୍ନ ସ୍ୱାସ୍ଥ୍ୟସେବା ସହ ଜଡିତ ସୁବିଧାର ଲୋକାର୍ପଣ କରିବା ସହ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହାସହ ମୋଦି କହିଛନ୍ତି, ଗୁଜରାଟ ସ୍ୱାସ୍ଥ୍ୟ ସୁବିଧା ପାଇଁ ଆଜିର ଦିନ ସବୁଠାରୁ ବଡ ଦିନ । ବିଶ୍ୱର ସବୁଠାରୁ ଆଡଭାନ୍ସ ମେଡିକାଲ ଟେକ୍ନୋଲୋଜି ଭଲରୁ ଭଲ ସୁବିଧା ଓ ମେଡିକାଲ ଇନଫ୍ରାଷ୍ଟ୍ରକଚର ଏବେ ଅହମଦାବାଦ ଓ ଗୁଜରାଟରେ ଅଧିକ ଉପଲବ୍ଧ ହେବ । ବିକାଶର ଗତି ଗୁଜରାଟରେ ଯେମିତି ହେଉଛି ସେମତି କାମ ଓ ଅନୁଭବ ଏତେ ଅଧିକ ହେଉଛି ଏହାକୁ ଗଣିବା ବି କଠିନ ହୋଇ ପଡୁଛି । ଅନେକ ଥର ଗୁଜରାଟରେ ଏମିତି କିଛି ହେଉଛି ଯାହା ଦେଶରେ ପ୍ରଥମଥର ହେଉଛି ।
ମୋଦି କହିଛନ୍ତି ୨୦-୨୫ ବର୍ଷ ପୂର୍ବରୁ ଗୁଜରାଟ ବ୍ୟବସ୍ଥାରେ ବହୁତ କିଛି ରୋଗ ଗ୍ରାସ କରି ରହିଥିଲା । ପ୍ରଥମ ସ୍ୱାସ୍ଥ୍ୟ କ୍ଷେତ୍ରରେ ପଛୁଆ, ଦ୍ୱିତୀୟ ଶିକ୍ଷାରେ କୁବ୍ୟବସ୍ଥା, ତୃତୀୟ ବିଜୁଳି ଅଭାବ, ଚତୁର୍ଥ ପାଣିର ଅଭାବ ଏସବୁ ଭିତରେ ସବୁଠାରୁ ବଡ ରୋଗ ଥିଲା ଭୋଟ ବ୍ୟାଙ୍କ ପଲିଟିକ୍ସ । ଆଜି ଗୁଜରାଟ ଏସବୁ ରୋଗକୁ ପଛରେ ପକାଇ ସବୁଠାରୁ ଆଗରେ ଚାଲୁଛି । ଏବେ ଯେତେବେଳେ କଥା ଉଠିଛି ହାଇଟେକ ହସ୍ପିଟାଲର ସେତେବେଳେ ଗୁଜରାଟର ନାମ ସର୍ବପ୍ରଥମେ ଆସୁଛି । ଶିକ୍ଷା ହେଉ ବା ସ୍ୱାସ୍ଥ୍ୟ ଗୁଜରାଟର କୌଣସି ମୁକାବିଲା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri