Posted inଜାତୀୟ

ଗୁଜରାଟ: ୧୩୦୦କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟସେବାର ଲୋକାର୍ପଣ କଲେ ମୋଦି

ଅହମଦାବାଦ,୧୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଅହମଦାବାରେ ସିଭିଲ ହସ୍ପିଟାଲରେ ପ୍ରାୟ ୧୩୦୦ କୋଟି ଟଙ୍କାର ବିଭିନ୍ନ ସ୍ୱାସ୍ଥ୍ୟସେବା ସହ ଜଡିତ ସୁବିଧାର ଲୋକାର୍ପଣ କରିବା ସହ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହାସହ ମୋଦି କହିଛନ୍ତି, ଗୁଜରାଟ ସ୍ୱାସ୍ଥ୍ୟ ସୁବିଧା ପାଇଁ ଆଜିର ଦିନ ସବୁଠାରୁ ବଡ ଦିନ । ବିଶ୍ୱର ସବୁଠାରୁ ଆଡଭାନ୍ସ ମେଡିକାଲ ଟେକ୍ନୋଲୋଜି ଭଲରୁ ଭଲ ସୁବିଧା ଓ ମେଡିକାଲ ଇନଫ୍ରାଷ୍ଟ୍ରକଚର ଏବେ ଅହମଦାବାଦ ଓ ଗୁଜରାଟରେ ଅଧିକ ଉପଲବ୍ଧ ହେବ । ବିକାଶର ଗତି ଗୁଜରାଟରେ ଯେମିତି ହେଉଛି ସେମତି କାମ ଓ ଅନୁଭବ ଏତେ ଅଧିକ ହେଉଛି ଏହାକୁ ଗଣିବା ବି କଠିନ ହୋଇ ପଡୁଛି । ଅନେକ ଥର ଗୁଜରାଟରେ ଏମିତି କିଛି ହେଉଛି ଯାହା ଦେଶରେ ପ୍ରଥମଥର ହେଉଛି ।
ମୋଦି କହିଛନ୍ତି ୨୦-୨୫ ବର୍ଷ ପୂର୍ବରୁ ଗୁଜରାଟ ବ୍ୟବସ୍ଥାରେ ବହୁତ କିଛି ରୋଗ ଗ୍ରାସ କରି ରହିଥିଲା । ପ୍ରଥମ ସ୍ୱାସ୍ଥ୍ୟ କ୍ଷେତ୍ରରେ ପଛୁଆ, ଦ୍ୱିତୀୟ ଶିକ୍ଷାରେ କୁବ୍ୟବସ୍ଥା, ତୃତୀୟ ବିଜୁଳି ଅଭାବ, ଚତୁର୍ଥ ପାଣିର ଅଭାବ ଏସବୁ ଭିତରେ ସବୁଠାରୁ ବଡ ରୋଗ ଥିଲା ଭୋଟ ବ୍ୟାଙ୍କ ପଲିଟିକ୍ସ । ଆଜି ଗୁଜରାଟ ଏସବୁ ରୋଗକୁ ପଛରେ ପକାଇ ସବୁଠାରୁ ଆଗରେ ଚାଲୁଛି । ଏବେ ଯେତେବେଳେ କଥା ଉଠିଛି ହାଇଟେକ ହସ୍ପିଟାଲର ସେତେବେଳେ ଗୁଜରାଟର ନାମ ସର୍ବପ୍ରଥମେ ଆସୁଛି । ଶିକ୍ଷା ହେଉ ବା ସ୍ୱାସ୍ଥ୍ୟ ଗୁଜରାଟର କୌଣସି ମୁକାବିଲା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?