କରୋନାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକ କଲେ ପ୍ରଧାନମନ୍ତ୍ରୀ: କହିଲେ, ସତର୍କ ରହିବା ଜରୁରୀ

ନୂଆଦିଲ୍ଲୀ,୨୭।୪: ଗତ ୨ସପ୍ତାହ ଧରି ଦେଶରେ ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଏଥିରେ ରାଜ୍ୟର କରୋନା ସ୍ଥିତି ଉପରେ ଆଲୋଚନା ହୋଇଥିଲା। ଗତ ୨ ସପ୍ତାହ ମଧ୍ୟରେ କରୋନା ମାମଲା ବୃଦ୍ଧି ପାଇଛି।

ଏବେ ବି ଦେଶରେ କରୋନା ସଙ୍କଟ ସମ୍ପୂର୍ଣ୍ଣ ଭାବେ ଟଳିନାହିଁ। ଓମିକ୍ରନ ଓ ଏହାର ସବ୍‌ ଭାରିଆଣ୍ଟ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିପାରେ। ୟୁରୋପ ଦେଶରେ କିପରି କରୋନା ନିଜର ତାଣ୍ଡବ ରଚୁଛି ତାହା ଆମେ ସ୍ପଷ୍ଟ ଦେଖିପାରୁଛେ। ତେବେ ଆଗାମୀ ଦିନରେ ଆମକୁ ଆହୁରି ସତର୍କ ରହିବାକୁ ପଡ଼ିବ ବୋଲି ଉକ୍ତ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ଗତ ୨ବର୍ଷ ମଧ୍ୟରେ କରୋନା ସମ୍ବନ୍ଧରେ ଏହା ହେଉଛି ୨୪ତମ ବୈଠକ।

ଏତଦ୍‌ ବ୍ୟତୀତ ମୋଦି କହିଛନ୍ତି, ଭାରତର ବୈଜ୍ଞାନିକ ଓ ବିଶେଷଜ୍ଞମାନେ ନିରନ୍ତର ଭାବେ ଜାତୀୟ ଏବଂ ବିଶ୍ୱ ପରିସ୍ଥିତି ଉପରେ ନଜର ରଖୁଛନ୍ତି। ସେମାନଙ୍କ ପରାମର୍ଶ ଉପରେ ଆମକୁ ସାମୂହିକ ଦୃଷ୍ଟିକୋଣ ସହିତ କାର୍ଯ୍ୟ କରିବାକୁ ପଡିବ। ପ୍ରାରମ୍ଭରୁ ହିଁ ସଂକ୍ରମଣ ବନ୍ଦ କରିବା ଆମର ପ୍ରାଥମିକତା ଥିଲା, ଆଜି ବି ଏହା ସମାନ ରହିବା ଉଚିତତ୍ୱୋଲି ମୋଦି କହିଛନ୍ତି। ଅନ୍ୟପଟେ ଦୀର୍ଘ ଦିନ ପରେ ଦେଶରେ ସ୍କୁଲ ଖୋଲିଛି।

ଏଭଳି ପରିସ୍ଥିତିରେ କରୋନା ମାମଲା ବୃଦ୍ଧି ଯୋଗୁ ଏବେ ଅଭିଭାବକଙ୍କ ଚିନ୍ତା ବଢ଼ିଛି। ଅନେକ ସ୍ଥାନରେ ପିଲାମାନେ ସଂକ୍ରମିତ ହେବାର ମାମଲା ମଧ୍ୟ ସାମ୍ନାକୁ ଆସୁଛି। କିନ୍ତୁ ଇତିମଧ୍ୟରେ ଏକ ସନ୍ତୋଷଜନକ ଖବର ରହିିଛି ଯେ, କରୋନା ଲଢ଼େଇରେ ମୁଖ୍ୟ ଅସ୍ତ୍ର ସାଜିଥିବା ଭାକ୍ସିନ ଏବେ ପିଲାମାନଙ୍କ ପାଇଁ ରକ୍ଷାସୂତ୍ର ପାଲଟିଛି। ମଙ୍ଗଳବାର ୫ରୁ ୧୨ବର୍ଷ ବୟସର ପିଲାମାନଙ୍କ ପାଇଁ କରୋନା ଟିକାକରଣ ଲାଗି ଅନୁମତି ଦିଆଯାଇଛି। ପୂର୍ବ ପରି ବିଦ୍ୟାଳୟରେ ଟିକାକରଣର ଏକ ସ୍ବତନ୍ତ୍ର ଅଭିଯାନ ଚଳାଇବାକୁ ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri