କରୋନା ରିଭ୍ୟୁ ମିଟିଂ: ଅନ୍ତର୍ଜାତୀୟ ବିମାନ ଯାତ୍ରାକୁ ନେଇ ସମୀକ୍ଷା କରିବାକୁ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରୋନର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅଧିକାରୀଙ୍କ ସହ ଦୁଇ ଘଣ୍ଟା ଧରି ଏକ ବୈଠକରେ ଆଲୋଚନା କରିଥିଲେ । ମୋଦି କହିଥିଲେ ଅନ୍ତର୍ଜାତୀୟ ବିମାନ ସେବାରେ ଯେଉଁ ଢିଲା ଦିଆଯାଉଛି ତାକୁ ପୁଣିଥରେ ସମୀକ୍ଷା କରାଯାଉ । ଏହାସହ ନୂଆ ଭାରିଏଣ୍ଟକୁ ନେଇ ସେ ଚିନ୍ତା ପ୍ରକଟ କରିବା ସହ ବିଦେଶରୁ ଆସୁଥିବା ଯାତ୍ରୀଙ୍କ ଉପରେ କଡା ନଜର ରଖିବାକୁ ମଧ୍ୟ ମୋଦି କହିଛନ୍ତି । ଯେଉଁ ଦେଶରେ ଏହି ନୂଆ ଭାରିଏଣ୍ଟ ଦେଖାଯାଇଛି ସେଠାରୁ ଆସୁଥିବା ଯାତ୍ରୀଙ୍କ ଉପରେ ଅଧିକ ଧ୍ୟାନ ଦେବାକୁ ସେ କହିଛନ୍ତି । ଏହି କରୋନା ମହାମାରୀକୁ ଦୂରେଇବା ଓ ନୂଆ ଭାରିଏଣ୍ଟ ଠାରୁ ଦୂରେଇ ରହିବାକୁ କେନ୍ଦ୍ର ସରକାରଙ୍କ ଅଧିକାରୀମାନେ ରାଜ୍ୟ ସରକାରଙ୍କ ସହ ମିଶି କାମ କରନ୍ତୁ । ଏହାସହ ନୂଆ ଭାରିଏଣ୍ଟକୁ ଚିହ୍ନିବା ପାଇଁ ରାଜ୍ୟରୁ ଜିଲା ସ୍ତର ପର୍ଯ୍ୟନ୍ତ ସଚେତନତା ସୁନିଶ୍ଚିତ କରିବାକୁ ସେ ନିର୍ଦ୍ଦେଶ ଜାରି କରିଛନ୍ତି । ଏହାସହ କରୋନା ସଂକ୍ରମଣ ଓ ଯାଞ୍ଚ ଉପରେ ବି ଗୁରୁତ୍ୱ ଦିଆଯାଉ । ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକାରେ ଦେଖାଯାଇଥିବା ନୂଆ ଭାରିଏଣ୍ଟକୁ ଦେଖି ବିଭିନ୍ନ ଦେଶ ସେମାନଙ୍କ ବିମାନ ସେବା ବନ୍ଦ କରିବା ଆରମ୍ଭ କରିଛନ୍ତି । ଭାରତ ମଧ୍ୟ ଏହାକୁ ସେଇ ସତର୍କ ରହିବାକୁ କହିଛି ଓ ଦକ୍ଷିଣ ଆଫ୍ରିକାରୁ ଆସୁଥିବା ଯାତ୍ରୀଙ୍କ ଉପରେ ଅଧିକ ଧ୍ୟାନ ଦେବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?