Posted inଜାତୀୟ

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକମାନଙ୍କୁ ଏଥିରେ ଆମନ୍ତ୍ରଣ କରାଯାଇଥିଲା।

କାର୍ଯ୍ୟକ୍ରମ ସମୟରେ ପିଏମ ମୋଦି ଶିକ୍ଷକମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ସହ ସେମାନଙ୍କଠାରୁ ପରାମର୍ଶ ମଧ୍ୟ ମାଗିଥିଲେ। ଏହାର ଏକ ଭିଡିଓ ପ୍ରଧାନମନ୍ତ୍ରୀଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ମଧ୍ୟ ଶେୟାର କରାଯାଇଛି।

ଜାତୀୟ ପୁରସ୍କାରପ୍ରାପ୍ତ ଜଣେ ଶିକ୍ଷକଙ୍କ ସହ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ସେ କାଶୀର ସାଂସଦ। ସେଠାରେ ସେ ବ୍ରେଷ୍ଟ କ୍ୟାନସରକୁ ନେଇ ସଚେତନତା ଅଭିଯାନ ଆରମ୍ଭ କରିଥିଲେ।

ଏବେ ମହିଳାମାନେ ନିଜେ ଆଗକୁ ଆସି ଯାଞ୍ଚ କରାଉଥିବା ଦେଖି ସେ ଖୁସି ଅନୁଭବ କରୁଥିବା କହିଥିଲେ। ପୂର୍ବରୁ ଏଭଳି ସ୍ଥିତି ନଥିଲା ବୋଲି ମଧ୍ୟ ସେ ଉଲ୍ଲେଖ କରିଥିଲେ। ଏହାସହ ଗୋଟିଏ ଦିନରେ ସର୍ବାଧିକ ଲୋକଙ୍କ ସ୍କ୍ରିନିଂ କରାଯିବା ଏକ ବିଶ୍ୱ ରେକର୍ଡ ହୋଇଥିବା ଅନୁଭୂତି ବିଷୟରେ ମଧ୍ୟ ସେ କହିଥିଲେ।

ଆଲୋଚନାର ଏକ ରୋଚକ ଅଂଶ ଥିଲା ପବ୍ଲିକ ସ୍ପିକିଂ। ନିଜର ବକ୍ତୃତା କୌଶଳକୁ ଆହୁରି ଭଲ କରିବା ପାଇଁ ପ୍ରଧାନମନ୍ତ୍ରୀ ଜଣେ ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ମାଗିଥିଲେ। ସେ ପଚାରିଥିଲେ, ଯଦି ମୁଁ ଆପଣଙ୍କ ପାଖରେ ଜଣେ ଛାତ୍ର ହୋଇଥାନ୍ତି ଏବଂ ଜଣେ ଦକ୍ଷ ବକ୍ତା ହେବାକୁ ଚାହୁଁଥାନ୍ତି, ତେବେ ଆପଣ ମୋତେ କ’ଣ ପରାମର୍ଶ ଦେଇଥାନ୍ତେ? ମୋତେ କ’ଣ କରିବା ଉଚିତ୍‌?

ଏହାର ଉତ୍ତରରେ ଶିକ୍ଷୟିତ୍ରୀ ଜଣକ କହିଥିଲେ ଯେ ଜଣେ ଦକ୍ଷ ବକ୍ତା ହେବା ପାଇଁ ପ୍ରଥମେ ଆତ୍ମବିଶ୍ୱାସ ଆବଶ୍ୟକ। ଅଧିକ ଅଭ୍ୟାସ ଦ୍ୱାରା ଆତ୍ମବିଶ୍ୱାସ ଆସିଥାଏ ବୋଲି ସେ କହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ଦେଖି ସେ ନିଜେ ମଧ୍ୟ ଟିକେ ନର୍ଭସ ହୋଇଯାଇଥିବା କଥା ହସିହସି କହିଥିଲେ। ଶିକ୍ଷକ ଦିବସର ଏହି ସାକ୍ଷାତକାରରେ ପିଏମ ମୋଦି ଓ ଶିକ୍ଷକମାନଙ୍କ ମଧ୍ୟରେ ହୋଇଥିବା ଏହି ଆଲୋଚନା ଏବେ ଚର୍ଚ୍ଚାରେ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri