Posted inଜାତୀୟ

ସ୍ବୀଧାନତା ସଂଗ୍ରାମୀଙ୍କ ଝିଅଙ୍କ ପାଦ ଛୁଇଁଲେ ପ୍ରଧାନମନ୍ତ୍ରୀ ମୋଦି

ହାଇଦ୍ରାବାଦ୍‌,୪।୭: ସ୍ବାଧୀନତା ସଂଗ୍ରାମୀ ଆଲୁରି ସୀତାରାମ ରାଜୁଙ୍କ ୧୨୫ତମ ଜନ୍ମ ବାର୍ଷିକୀ ଉତ୍ସବରେ ଭାଗ ନେବାକୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ରପ୍ରଦେଶର ଭୀମଭରାମରେ ପହଞ୍ଚିଥିଲେ। ସେ ସ୍ବାଧୀନତା ସଂଗ୍ରାମୀ ପାସାଲା କୃଷ୍ଣମୂର୍ତ୍ତିଙ୍କ ପରିବାରକୁ ମଧ୍ୟ ଭେଟିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ୯୦ ବର୍ଷର ଝିଅ ପାସାଲା କ୍ରିଷ୍ଣାଭାରତୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିଲେ। କ୍ରିଷ୍ଣାଭାରତୀ ଏକ ହ୍ବିଲ ଚେୟାରରେ ବସିଥିଲେ। ସେ ପ୍ରଧାନମନ୍ତ୍ରୀଙ୍କ ମୁଣ୍ଡରେ ହାତ ରଖି ତାଙ୍କୁ ଆଶୀର୍ବାଦ ଦେଇଥିଲେ।
ସୂଚନାଯୋଗ୍ୟ, ପାସାଲା କ୍ରିଷ୍ଣମୂର୍ତ୍ତି ୧୯୦୦, ଜାନୁୟାରୀ ୨୬ରେ ତାଡେପାଲିଗୁଡେମ ତାଲୁକାର ପଶ୍ଚିମ ଭିପୁରୁ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ୧୯୨୧ ମସିହାରେ ସେ ତାଙ୍କ ସ୍ତ୍ରୀଙ୍କ ସହ କଂଗ୍ରେସରେ ଯୋଗ ଦେଇଥିଲେ। ସେ ଗାନ୍ଧିଜୀଙ୍କ ଧାରଣା ଅନୁସରଣ କରିଥିଲେ। ସେ ଲୁଣ ସତ୍ୟଗ୍ରାହ ଆନ୍ଦୋଳନରେ ମଧ୍ୟ ଭାଗ ନେଇଥିଲେ ଏବଂ ଏହା ପରେ ତାଙ୍କୁ ଏକ ବର୍ଷ ଜେଲରେ ରହିବାକୁ ପଡିଲା। ସେ ୧୯୭୮ରେ ମୃତ୍ୟୁବରଣ କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦି ଆଲୁରି ସୀତାରାମ ରାଜୁଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶର ଏହି ଭୂମି ମହାନ ଆଦିବାସୀ ପରମ୍ପରା ସହିତ ଜଡିତ ଅଛି। ଅନେକ ମହାନ ବିପ୍ଳବୀ ଏଠାରେ ଜନ୍ମ ହୋଇଥିଲେ। ମୁଁ ସେ ସମସ୍ତଙ୍କୁ ମୋର ସମ୍ମାନ କରେ। ସୀତାରାମ ରାଜୁଙ୍କ ୧୨୫ତମ ଜନ୍ମ ବାର୍ଷିକୀ ବର୍ଷସାରା ପାଳନ କରାଯିବ।
ଆଲୁରି ଆଦିବାସୀମାନଙ୍କ ସୁବିଧା ପାଇଁ ବ୍ରିଟିଶମାନଙ୍କ ସହ ଲଢିଥିଲେ। ସେ ୧୯୨୨ରେ ଆରମ୍ଭ ହୋଇଥିବା ରାମ୍ପା ବିଦ୍ରୋହର ନେତୃତ୍ୱ ନେଇଥିଲେ। ତାଙ୍କୁ ସ୍ଥାନୀୟ ଭାବରେ ମନ୍ୟମମ ଭେରୁଡୁ କୁହାଯାଉଥିଲା ଯାହାର ଅର୍ଥ ଜଙ୍ଗଲର ହିରୋ। ସେ ୪ ଜୁଲାଇ ୧୮୯୭ରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri