Posted inଜାତୀୟ

ସ୍ବୀଧାନତା ସଂଗ୍ରାମୀଙ୍କ ଝିଅଙ୍କ ପାଦ ଛୁଇଁଲେ ପ୍ରଧାନମନ୍ତ୍ରୀ ମୋଦି

ହାଇଦ୍ରାବାଦ୍‌,୪।୭: ସ୍ବାଧୀନତା ସଂଗ୍ରାମୀ ଆଲୁରି ସୀତାରାମ ରାଜୁଙ୍କ ୧୨୫ତମ ଜନ୍ମ ବାର୍ଷିକୀ ଉତ୍ସବରେ ଭାଗ ନେବାକୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ରପ୍ରଦେଶର ଭୀମଭରାମରେ ପହଞ୍ଚିଥିଲେ। ସେ ସ୍ବାଧୀନତା ସଂଗ୍ରାମୀ ପାସାଲା କୃଷ୍ଣମୂର୍ତ୍ତିଙ୍କ ପରିବାରକୁ ମଧ୍ୟ ଭେଟିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ୯୦ ବର୍ଷର ଝିଅ ପାସାଲା କ୍ରିଷ୍ଣାଭାରତୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିଲେ। କ୍ରିଷ୍ଣାଭାରତୀ ଏକ ହ୍ବିଲ ଚେୟାରରେ ବସିଥିଲେ। ସେ ପ୍ରଧାନମନ୍ତ୍ରୀଙ୍କ ମୁଣ୍ଡରେ ହାତ ରଖି ତାଙ୍କୁ ଆଶୀର୍ବାଦ ଦେଇଥିଲେ।
ସୂଚନାଯୋଗ୍ୟ, ପାସାଲା କ୍ରିଷ୍ଣମୂର୍ତ୍ତି ୧୯୦୦, ଜାନୁୟାରୀ ୨୬ରେ ତାଡେପାଲିଗୁଡେମ ତାଲୁକାର ପଶ୍ଚିମ ଭିପୁରୁ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ୧୯୨୧ ମସିହାରେ ସେ ତାଙ୍କ ସ୍ତ୍ରୀଙ୍କ ସହ କଂଗ୍ରେସରେ ଯୋଗ ଦେଇଥିଲେ। ସେ ଗାନ୍ଧିଜୀଙ୍କ ଧାରଣା ଅନୁସରଣ କରିଥିଲେ। ସେ ଲୁଣ ସତ୍ୟଗ୍ରାହ ଆନ୍ଦୋଳନରେ ମଧ୍ୟ ଭାଗ ନେଇଥିଲେ ଏବଂ ଏହା ପରେ ତାଙ୍କୁ ଏକ ବର୍ଷ ଜେଲରେ ରହିବାକୁ ପଡିଲା। ସେ ୧୯୭୮ରେ ମୃତ୍ୟୁବରଣ କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦି ଆଲୁରି ସୀତାରାମ ରାଜୁଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶର ଏହି ଭୂମି ମହାନ ଆଦିବାସୀ ପରମ୍ପରା ସହିତ ଜଡିତ ଅଛି। ଅନେକ ମହାନ ବିପ୍ଳବୀ ଏଠାରେ ଜନ୍ମ ହୋଇଥିଲେ। ମୁଁ ସେ ସମସ୍ତଙ୍କୁ ମୋର ସମ୍ମାନ କରେ। ସୀତାରାମ ରାଜୁଙ୍କ ୧୨୫ତମ ଜନ୍ମ ବାର୍ଷିକୀ ବର୍ଷସାରା ପାଳନ କରାଯିବ।
ଆଲୁରି ଆଦିବାସୀମାନଙ୍କ ସୁବିଧା ପାଇଁ ବ୍ରିଟିଶମାନଙ୍କ ସହ ଲଢିଥିଲେ। ସେ ୧୯୨୨ରେ ଆରମ୍ଭ ହୋଇଥିବା ରାମ୍ପା ବିଦ୍ରୋହର ନେତୃତ୍ୱ ନେଇଥିଲେ। ତାଙ୍କୁ ସ୍ଥାନୀୟ ଭାବରେ ମନ୍ୟମମ ଭେରୁଡୁ କୁହାଯାଉଥିଲା ଯାହାର ଅର୍ଥ ଜଙ୍ଗଲର ହିରୋ। ସେ ୪ ଜୁଲାଇ ୧୮୯୭ରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri