Posted inଜାତୀୟ

ତୈଳ ମୂଲ୍ୟ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ତୈଳ ମୂଲ୍ୟ ଉପରେ ଭାଟ୍‌ ହ୍ରାସ କରିବାକୁ ରାଜ୍ୟ ଗୁଡିକୁ କହିଛନ୍ତି। କରୋନା ଉପରେ ମୁଖ୍ୟମନ୍ତ୍ରୀଙ୍କ ସହ ବାର୍ତ୍ତାଳାପ ବେଳେ ପ୍ରଧାନମନ୍ତ୍ରୀ ମୋଦୀ ‘କୋଅପରେଟିଭ୍‌ ଫେଡେରାଲିଜିମ’ ଅଧୀନରେ ଭାଲ୍ୟୁ ଆଡେଡ୍‌ ଟ୍ୟାକ୍ସ (ଭାଟ) ହ୍ରାସ କରିବାକୁ ରାଜ୍ୟମାନଙ୍କୁ ନିବେଦନ କରିଛନ୍ତି। ଦେଶରେ ଦିନକୁ ଦିନ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ସମ୍ପର୍କରେ ପ୍ରଧାନମନ୍ତ୍ରୀ ମଧ୍ୟ ତୈଳ ମୂଲ୍ୟରେ ଭ୍ୟାଟ ହ୍ରାସ କରିଥିବା ରାଜ୍ୟଗୁଡିକର ଉଦାହରଣ ଦେଇଛନ୍ତି। ମୁଁ କାହାକୁ ସମାଲୋଚନା କରୁନାହିଁ, କେବଳ ଆଲୋଚନା କରୁଛି ବୋଲି ସେ କହିଛନ୍ତି।
ଇନ୍ଧନ ଉପରେ ଭ୍ୟାଟ ହ୍ରାସ କରିବା ବିଷୟରେ କେତେକ ରାଜ୍ୟ ଶୁଣୁନାହାଁନ୍ତି। ମହାରାଷ୍ଟ୍ର, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ତାମିଲନାଡୁ, ଝାଡ଼ଖଣ୍ଡ, କେରଳ କେତେକ କାରଣରୁ ଏହାକୁ ଅଣଦେଖା କରିଛନ୍ତି। କେନ୍ଦ୍ର ଦ୍ୱାରା ଏକ୍ସାଇଜ ଡ୍ୟୁଟି ହ୍ରାସ ହେବା ପରେ କେତେକ ରାଜ୍ୟ ପେଟ୍ରୋଲ, ଡିଜେଲ ଉପରେ ଟିକସ ହ୍ରାସ କରିନାହାଁନ୍ତି, ଏହା ଲୋକଙ୍କ ପ୍ରତି ଅନ୍ୟାୟ। ୟୁକ୍ରେନ-ରୁଷ ଯୁଦ୍ଧରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ଘଟୁଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri