Posted inରାଜ୍ୟ

ସତ ହେଲା ଓଡ଼ିଶାକୁ ନେଇ ମୋଦି କରିଥିବା ଭବିଷ୍ୟବାଣୀ 

ଭୁବନେଶ୍ୱର,୪।୬: ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪ରେ ଇତିହାସ ରଚିଛି ଭାଜପା। ଦୀର୍ଘ ୨୫ ବର୍ଷର ବିଜେଡି ଶାସନର ଦୁର୍ଗକୁ ଭେଦ କରିଛି ଦଳ। ୧୪୭ ଆସନରେ ହୋଇଥିବା ମତଦାନର ଗଣନା ଜାରି ରହିଥିବା ବେଳେ ଭାଜପା ବିଜେଡିକୁ ପଛରେ ପକାଇ ଲଗାତର ବହୁମତ ହାସଲ ଦିଗକୁ ଅଗ୍ରସର ହେଉଛି। ଫଳରେ ପ୍ରଥମ ଥର ଲାଗି ରାଜ୍ୟରେ ଭାଜପା ସରକାର ହେବାକୁ ଯାଉଥିବା ସ୍ପଷ୍ଟ ହୋଇଛି। ବିଶେଷକରି ଉତ୍ତର ଓଡ଼ିଶାରେ ଦଳ ଭୋଟରଙ୍କ ମନ ଜିଣିବାରେ ସଫଳ ହୋଇଛି। ବରଗଡ଼, କଳାହାଣ୍ଡି, ବଲାଙ୍ଗୀର, ପୁରୀ, ସମ୍ବଲପୁର ଏବଂ କେନ୍ଦୁଝର ଆସନ ଦଳ ହାତେଇଛି।
୨୦୦୯ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେଡି ଭାଜପାଠାରୁ ୧୧ ବର୍ଷ ପୁରୁଣା ମେଣ୍ଟ ଭାଙ୍ଗିଥିଲା। କାରଣ ଭାଜପା ବିଧାନସଭାର ୧୪୩ ଆସନରୁ ୪୦ରେ ନିର୍ବାଚନ ଲଢ଼ୁ ବୋଲି ବିଜେଡି ଚାହୁଁଥିଲା। ହେଲେ ଭାଜପା ୬୩ ଆସନରେ ଲଢ଼ିବାକୁ ଇଚ୍ଛା ପ୍ରକାଶ କରିଥିଲା। ୨୦୧୯ରେ ବିଜେଡି ୧୧୨ ଆସନରେ ବିଜେତା ହୋଇଥିଲା। ଭାଜପା ୨୩ ଏବଂ କଂଗ୍ରେସ ୯ ଏବଂ ଅନ୍ୟ ଦଳ ୨ ଆସନରେ ଜିତିଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ଭାଜପା ଏବଂ ବିଜେଡି ମେଣ୍ଟ ହୋଇପାରେ ବୋଲି ଚର୍ଚ୍ଚା ଜୋର ଧରିଥିଲା। ହେଲେ ଆସନ ବୁଝାବଣାରେ ସହମତି ନ ହେବା ପରେ ତାହା ହୋଇପାରି ନ ଥିଲା। ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦଳର ପ୍ରମୁଖ ନେତାମାନେ ଓଡ଼ିଶାରେ ନିର୍ବାଚନ ପ୍ରଚାରକୁ ଜୋର ଦାର କରିଥିଲେ। ମୋଦି କେବଳ ୧୦ରୁ ଅଧିକ ରାଲି କରିଥିଲେ। ପ୍ରତିଟି ରାଲିରେ ସେ ‘୪ ଜୁନ୍‌ରେ ନବୀନ ବାବୁ ଅବସର ନେବେ, ୧୦ ଜୁନ୍‌ରେ ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବେ’ ବୋଲି ଭବିଷ୍ୟବାଣୀ କରିଥିଲେ। ଏବେ ତାହା ସତ ହେବାକୁ ଯାଉଥିବା କୁହାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri