Posted inଜାତୀୟ

୮ବର୍ଷରେ ମୁଣ୍ଡ ନୁଆଇଁ ନାହୁଁ, ଗରିବଙ୍କ ପାଇଁ ଖୋଲିଛୁ ଅନ୍ନ ଭଣ୍ଡାର: ମୋଦି

ଗାନ୍ଧିନଗର,୨୮ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତ କରିଛନ୍ତି । ରାଜକୋଟରେ ସେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ଗୁଜରାଟର ଲୋକେ ମୋତେ ବହୁତ କିଛି ଶିଖାଇଛନ୍ତି । ଏହାସହ ଗତ ୮ ବର୍ଷର ଶାସନ କାଳ ଭିତରେ ମୋଦି ତାଙ୍କ କାର୍ଯ୍ୟକୁ ନେଇ ଆଲୋଚନା ବି କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି କରୋନା ମହାମାରୀ ସମୟରେ ଆମେ ଲୋକଙ୍କୁ ସୁବିଧା ଦେବା କାମ କରିଛୁ । ଭ୍ୟାକ୍ସିନ ପାଇଁ କୌଣସି ଭାରତୀୟଙ୍କୁ ଗୋଟିଏ ଟଙ୍କା ବି ଖର୍ଚ୍ଚ କରିବାକୁ ପଡିନାହିଁ । ୮ ବର୍ଷ ମଧ୍ୟରେ କୌଣସି ଭାରତୀୟଙ୍କ ମୁଣ୍ଡ ନୁଆଁଇବାକୁ ଦେଇନୁ । ୮ ବର୍ଷ ମଧ୍ୟରେ ଭୁଲରେ ବି ଏମିତି କିଛି କାମ କରାଯାଇନାହିଁ ଯାହା ପାଇଁ ଦେଶ ବା ଦେଶବାସୀଙ୍କୁ ମୁଣ୍ଡ ନୁଆଇଁବାକୁ ପଡିଛି । ଚଳିତ ବର୍ଷ ଆମେ ଗରିବଙ୍କ ସେବା, ସୁଶାସନ ଓ କରିବ କଲ୍ୟାଣକୁ ସର୍ବୋଚ୍ଚ ପ୍ରଥମିକତା ଦେଇଛୁ । ସବକା ସାଥ, ସବକା ବିକାଶ ଓ ସବକା ବିଶ୍ୱାସ ମନ୍ତ୍ରରେ ଚାଲି ଆମେ ଦେଶକୁ ବିକାଶର ନୂଆ ଗତି ଦେଇଛୁ ।
ଏହି ଅବସରରେ ମୋଦି ରୁଷିଆ-ୟୁକ୍ରେନ ଯୁଦ୍ଧ କଥା ବି ଉଠାଇଥିଲେ । ସେ କହିଥିଲେ ଯୁଦ୍ଧ ଯୋଗୁ ସାରା ବିଶ୍ୱ କିଛି ନା କିଛି ସମସ୍ୟା ମଧ୍ୟରେ ପଡିଯାଇଥିବା ବେଳେ ଆମେ କିନ୍ତୁ ଦେଶବାସୀଙ୍କ ସମସ୍ୟାକୁ ଯଥା ସମ୍ଭବ କମ କରିବାକୁ ଚେଷ୍ଟା କରିଛୁ ବୋଲି ମୋଦି କହିଛନ୍ତି ।
ଏହ ଅବସରରେ ମୋଦି ଜନଧନ ଯୋଜନା, ମାଗଣା ଗ୍ୟାସ ସିଲିଣ୍ଡର ଯୋଗାଇ ଦେବା ଆଦି କଥା ଆଲୋଚନା କରିବା ସହ, କରୋନା ମହାମାରୀ ସମୟରେ ଗରିବଙ୍କୁ ଖାଦ୍ୟ ଯୋଗାଇବାକୁ ଦେଶର ଅନ୍ନ ଭଣ୍ଡାର ଖୋଲି ଦେଇଥିଲୁ ବୋଲି ମୋଦି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri