Posted inଜାତୀୟ

ମୋଦିଙ୍କ ରାଲିକୁ ନେଇ ବ୍ୟାପକ ପ୍ରସ୍ତୁତି: ହେଲେ ସାମାଜିକ ଦୂରତା ଭୁଲିଗଲେ ସମର୍ଥକ!

ପାଟନା,୨୩ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି । ଶୁକ୍ରବାର ସେ ବିହାରର ସାସାରାମରେ ପ୍ରଥମ ରାଲିରେ ଯୋଗ ଦେଇଛନ୍ତି । କରୋନା ମହାମାରୀ ସମୟରେ ମୋଦିଙ୍କର ଏହା ପ୍ରଥମ ନିର୍ବାଚନ ରାଲି । ତେବେ କରୋନା ମହାମାରୀକୁ ଦୃଷ୍ଟିରେ ରଖି ସଭାସ୍ଥଳରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା । ଏମିତିକି ମଞ୍ଚ ଉପରେ ମଧ୍ୟ ନେତାମାନେ ସାମାଜିକ ଦୂରତା ବଜାୟ ରଖିବେ ବୋଲି ବ୍ୟବସ୍ଥା କରାଯାଇଥିଲା । ପ୍ରଧାନମନ୍ତ୍ରୀ ମୋଦି ମଞ୍ଚ ଉପରେ ମାସ୍କ ପିନ୍ଧି ବସିଥିବା ବେଳେ ଯେତେବେଳେ ଜନତାଙ୍କୁ ସମେ୍‌ାଧିତ କଲେ ସେତେବେଳେ ସେ ମାସ୍କ ଖୋଲି ଦେଇଥିଲେ । ଆଉ ଏହାପରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀ ତଥା ମୋଦିଙ୍କ ସମର୍ଥକ ଏତେ ଉତ୍ସାହିତ ହୋଇ ପଡିଥିଲେ ଯେ କରୋନା କଥା ଏକବାର ଭୁଲି ଯାଇଥିଲେ । ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ଆସିଥିବା ଜନତାଙ୍କ ପାଇଁ ସମାଜିକ ଦୂରତା ବଜାୟ ରଖି ଚୌକି ବ୍ୟବସ୍ଥା କରାଯାଇଥିଲା । ହେଲେ ମୋଦିଙ୍କ ଭାଷଣ ଆରମ୍ଭ ହେବା ପରେ ମୋଦି ମୋଦି ସ୍ଲୋଗାନ ଦେଇ ଅଧିକାଂଶ ଲୋକେ ଚୌକି ଛାଡି ଏକାଠି ହୋଇ ଯାଇଥିଲେ । ଏମାନଙ୍କ ମଧ୍ୟରୁ ଅନେକେ ମାସ୍କ ପିନ୍ଧି ନ ଥିବା ମଧ୍ୟ ଦେଖାଯାଇଥିଲା । ସୂଚନାଯୋଗ୍ୟ, ମୋଦିଙ୍କ ରାଲି ପାଇଁ ବହୁ ପ୍ରକାର ବନ୍ଦୋବସ୍ତ କରାଯାଇଥିବା ବେଳେ ବିଶେଷ ଭାବେ ସାମଜିକ ଦୂରତାକୁ ଗୁରୁତ୍ୱ ଦିଆଯିବା ସହ ତାଙ୍କ ଭାଷଣକୁ ଡିଜିଟାଲି ଲୋକଙ୍କ ପାଖରେ ପହଞ୍ଚାଇବାର ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ଏବେ ପରେ ବି ଶେଷରେ କରୋନା କଟକଣାକୁ ଭାଜପା କର୍ମୀ ଉଲ୍ଲଂଘନ କରିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମାର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬) ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri