ପ୍ରଥମେ ବିଧାୟକ, ଏମ୍‌ପିଙ୍କୁ ଟିକା ଲଗାଇବା ପ୍ରସ୍ତାବରେ ରାଜି ନୁହେଁ : ମୋଦି

ନୂଆଦିଲ୍ଲୀ,୧୨ ।୧: ସାରା ଦେଶରେ ଜାନୁୟାରୀ ୧୬ରୁ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣ ଅଭିଯାନ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ କରିଛନ୍ତି ଯେ ପ୍ରଥମ ଭାଗରେ ସ୍ୱାସ୍ଥ୍ୟକର୍ମୀ ଓ ଫ୍ରଣ୍ଟଲାଇନ୍ ୱାରିୟର୍ସଙ୍କୁ ଟିକା ଦିଆଯିବ । ଏମିତି ୩ କୋଟି ଲୋକଙ୍କୁ ଟିକା ଦିଆଯିବା ପରେ ଅନ୍ୟମାନଙ୍କ କଥା ଚିନ୍ତା କରାଯିବ । ତେବେ ଏମାନଙ୍କ ମଧ୍ୟରେ କୌଣସି ଜନପ୍ରତିଦନିଧି ଜବରଦସ୍ତ ପ୍ରବେଶ କରିବାକୁ ଯେଭଳି ଚେଷ୍ଟା ନ କରନ୍ତି ବୋଲି ମୋଦି କହିଛନ୍ତି । ଏହାଦ୍ୱାରା ମୋଦି ସିଧାସିଧା କହିଛନ୍ତି ଯେ ଏମିତି କଲେ ଲୋକଙ୍କ ନିକଟକୁ ଖରାପ ସଙ୍କେତ ଯିବ । ପ୍ରତ୍ୟେକ୍ଷ ଭାବେ ବିଧାୟକ ଓ ଏମ୍‌ପିମାନଙ୍କୁ ପ୍ରଥମ ପର୍ଯ୍ୟାୟରେ ଟିକା ଦିଆଯିବ ନାହିଁ ବୋଲି ମୋଦି ଏକ ପ୍ରକାର ସ୍ପଷ୍ଟ କରିଛନ୍ତି । ସୂଚନାଯୋଗ୍ୟ, ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ ଟିକାକରଣ ଅଭିଯାନକୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । ଏହି ସମୟରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ବି ନାରାୟଣସ୍ୱାମୀ କହିଥିଲେ ଏମ୍‌ପି ଓ ବିଧାୟକଙ୍କୁ ପ୍ରାଥମିକତା ଆଧାରରେ କୋଭିଡ ଟିକା ଦେବା ଦରକାର । କାରଣ ସେମାନେ ନିଜ ନିଜ ନିର୍ବାଚନ ମଣ୍ଡଳି ଯାଇ ଲୋକଙ୍କ ସହ ମିଳାମିଶା କରୁଛନ୍ତି । ହେଲେ ଏହି ପ୍ରସ୍ତାବକୁ ମୋଦି ଗ୍ରହଣ କରି ନାହାଁନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri