Posted inଜାତୀୟ

ସ୍ବଚ୍ଛ ଭାରତ ମିଶନ- ଅର୍ବାନ ୨.୦ ଶୁଭାରମ୍ଭ: ପ୍ରଧାନମନ୍ତ୍ରୀ କହିଲେ, ସଫେଇ କର୍ମଚାରୀ ଅସଲ ମହାନାୟକ

ନୂଆଦିଲ୍ଲୀ,୧।୧୦:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନ୍ୟତମ ଚର୍ଚ୍ଚିତ ଯୋଜନା ମଧ୍ୟରୁ ସ୍ବଚ୍ଛ ଭାରତ ମିଶନ ଅନ୍ୟତମ। ଏହି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ନୂଆଦିଲ୍ଲୀର ଡକ୍ଟର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ୨୦୧୪ ମସିହାରେ ଦେଶବାସୀ ଭାରତକୁ ଖୋଲା ମଳରୁ ମୁକ୍ତ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହା ଅଧୀନରେ ୧୦ କୋଟିରୁ ଅଧିକ ଶୌଚାଳୟ ନିର୍ମାଣ କରାଯାଇଥିଲା। ଏବେ ସ୍ବଚ୍ଛ ଭାରତ ମିଶନ-ଅର୍ବାନ-୨.୦’ ର ଲକ୍ଷ୍ୟ ହେଉଛି ଏକ ଆବର୍ଜନା ମୁକ୍ତ ସହର। ଅର୍ଥାତ୍‌ ସହରକୁ ସମ୍ପୂର୍ଣ୍ଣ ଅଳିଆ-ଆବର୍ଜନା ମୁକ୍ତ କରିଦେବା। ସ୍ବଚ୍ଚ ଭାରତ ମିଶନରେ ପ୍ରତ୍ୟେକ ଭାରତବାସୀ ନିଜ କର୍ତ୍ତବ୍ୟଗୁଡିକ ପାଇଁ ସମ୍ବେଦନଶୀଳ ହୋଇପଡିଛନ୍ତି। ଆମର ସଫେଇ କର୍ମଚାରୀମାନେ ଏହି ଅଭିଯାନର ପ୍ରକୃତ ମହାନାୟକ। କରୋନା କାଳରେ ମଧ୍ୟ ସେମାନେ ନିଜ କାର୍ଯ୍ୟ ଜାରି ରଖିଥିଲେ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri