Posted inଜାତୀୟ

ମିରଟରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୋଦି

ମିରଟ,୨ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶର ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟ ‘ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟ’ର ଶିଳାନ୍ୟାସ କରିଛନ୍ତି । ଉତ୍ତର ପ୍ରଦେଶର ଶରଧାନା ସହରର ସଲାୱା ଓ କାଇଲି ଗାଁରେ ୭୦୦ କୋଟି ଟଙ୍କା ବ୍ୟୟରେ ଏହି ବିଶ୍ୱବିଦ୍ୟାଳୟ ନିର୍ମାଣ କରାଯିବ । ହକି ତାରକା ଧ୍ୟାନଚାନ୍ଦଙ୍କ ନାମ ଅନୁସାରେ ଏଡା ନାମିତ କରାଯାଇଛି । ଶିଳାନ୍ୟାସ ଉତ୍ସବରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦିବେନ ପଟେଲ ବି ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ୯୧.୩୮ ଏକର ପରିମିତ ଜମିରେ ୭୦୦ କୋଟି ଟଙ୍କା ବ୍ୟୟରେ ଏହି ବିଶ୍ୱବିଦ୍ୟାଳୟ ନିର୍ମାଣ କରାଯାଉଛି । ଏଥିରେ ୫୪୦ ପୁରୁଷ, ୫୪୦ ମହିଳା ସମେତ ୧୦୮୦ ଖେଳାଳିଙ୍କ ପ୍ରଶିକ୍ଷଣର ବ୍ୟବସ୍ଥା ରହିବ । ଏଥିରେ ଶୁଟିଂ, ସ୍କେ୍ୱøଶ, ଜିମନାଷ୍ଟିକ, ୱେଟଲିପ୍ଟିଂ, ତୀରଚାଳନା ସହିତ ଅନ୍ୟାନ୍ୟ ଖେଳ ସୁବିଧା ରହିବ ।
ଶିଳାନ୍ୟାସ ଉତ୍ସବରେ ମୋଦି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ପୂର୍ବରୁ ଏଠାରେ ବେଆଇନ ଭାବେ ମାଫିଆମାନେ ଖେଳ ଖେଳୁଥିଲେ । ଅପରାଧୀମାନେ ଖେଳ ଖେଳୁଥିଲେ । ଭୟରେ ଲୋକେ ପଳାୟନ କରୁଥିଲେ । ଲୋକଙ୍କ ଘର ଜଳାଇ ଦିଆଯାଉଥିଲା ଯାହା ଏବେବି ଜନତାଙ୍କର ମନେ ଅଛି । ଯାହା ପୂର୍ବ ସରକାରଙ୍କ ଅମଳରେ ହେଉଥିଲା । ହେଲେ ଏବେ ଯୋଗୀ ସରକାରଙ୍କ ଶାସନରେ ମାଫିଆମାନେ ଜେଲରେ ଖେଳ ଖେଳୁଛନ୍ତି । ୫ ବର୍ଷ ପୂର୍ବେ ମିରଟରେ ଝିଅମାନେ ରାତିରେ ଘରୁ ବାହାରିବାକୁ ଡରୁଥିଲେ । ହେଲେ ଏବେ ମିରଟର ଝିଅ ସାରା ବିଶ୍ୱରେ ନାଁ କମାଉଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?