Posted inଜାତୀୟ

‘ଢୋଲ ବାଜା ସହ ଫୁଲର ବର୍ଷା’… ବେଙ୍ଗାଲୁରୁରେ ମୋଦିଙ୍କ ୧୦ କିଲୋମିଟର ରୋଡ ଶୋ’ ଆରମ୍ଭ

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲଗାଇ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଲଗାତାର ଦ୍ୱିତୀୟ ଦିନ ବେଙ୍ଗାଲୁରୁରେ ମେଗା ରୋଡ ଶୋ’ରେ ବାହାରିଛନ୍ତି। ଏହି ରୋଡ ଶୋ’ ସମୟରେ ମୋଦି ୧୦ କିଲୋମିଟର ଅତିକ୍ରମ କରିବେ। ଏଥିରେ ସାମିଲ ହେବା ଲାଗି ବହୁ ସଂଖ୍ୟାରେ ଲୋକେ ପହଞ୍ଚିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଶିବମୋଗା ଓ ମୌସୁରରେ ଦୁଇଟି ଜନସଭା କରିବେ।
ରୋଡ ଶୋ’ରେ ଲୋକ କଳାକାରମାନେ ବିଭିନ୍ନ ପ୍ରକାର ଅଭିନୟ କରିଛନ୍ତି। ଏହି ସମୟରେ ଭାଜପା ସମର୍ଥକଙ୍କ ମଧ୍ୟରେ ଅତ୍ୟଧିକ ଉତ୍ସାହ ଦେଖିବାକୁ ମିଳିଛି। ରାଜ୍ୟରେ ନିଟ ପରୀକ୍ଷା ନିର୍ଦ୍ଧାରିତ ଥିବାରୁ ପ୍ରଧାନମନ୍ତ୍ରୀ ୧୧ଟା ୩୦ ମଧ୍ୟରେ ଏହି ରୋଡ ଶୋ’କୁ ଶେଷ କରିବେ। ପ୍ରଧାନମନ୍ତ୍ରୀ ନ୍ୟୁ ତିପ୍ପାସଂନ୍ଦ୍ରା ରୋଡ ସ୍ଥିତ କେମ୍ପୋଗୌଡା ପ୍ରତିମାରୁ ସକାଳ ୧୦ଟାରେ ରୋଡ ଶୋ’ ଆରମ୍ଭ କରିଥିଲେ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ୨୬ କିଲୋମିଟରର ରୋଡ ଶୋ’ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri