Posted inଜାତୀୟ

୨୫ ବର୍ଷ ପରେ ଭାରତରେ ଇଣ୍ଟରପୋଲ ମହାସଭା, ମୋଦି କରିବେ ଉଦ୍‌ଘାଟନ, ପାକ ସମେତ ୧୯୫ ଦେଶ ହେବେ ସାମିଲ

ନୂଆଦିଲ୍ଲୀ,୧୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜଧାନୀ ଦିଲ୍ଲୀର ପ୍ରଗତି ମୈଦାନରେ ୯୦ତମ ଇଣ୍ଟରପୋଲ ମହାସଭାର ଉଦ୍‌ଘାଟନ କରିବେ । ଏହାପରେ ମୋଦି ମହାସଭାରେ ଭାଗ ନେଇଥିବା ୧୯୫ ଦେଶର ପ୍ରତିନିଧିଙ୍କୁ ସମ୍ବୋଧିତ କରିବେ ।
ଏହି କାର୍ଯ୍ୟକ୍ରମରେ ପାକିସ୍ତାନୀ ପ୍ରତିନିଧି ବି ସାମିଲ ହେବେ । ଭାରତରେ ଏହି ଇଣ୍ଟରପୋଲ ମହାସଭା ୨୫ ବର୍ଷ ପରେ ଆୟୋଜିତ ହେଉଛି । ଏହି ମହାସଭା ୧୮-୨୧ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ । କାର୍ଯ୍ୟକ୍ରମରେ ଇଣ୍ଟରପୋଲ କାମର ସମିକ୍ଷା କରାଯିବ । ଏହାସହ ଭବିଷ୍ୟତର ଅପରାଧିକ ଚ୍ୟାଲେଞ୍ଜ, ଆନ୍ତର୍ଜାତୀୟ ଗ୍ୟାଙ୍ଗକୁ ଦମନ କରିବାର ରଣନୀତି ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ । ଏହି ମହାସଭା ବର୍ଷକରେ ଥରେ ଆୟୋଜିତ ହୋଇଥାଏ ।

ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମଙ୍ଗଳବାର ଦିନ ୧ଟା ୪୫ରେ ମହାସଭାକୁ ସମ୍ବୋଧିତ କରିବେ । ଏହି ସମୟରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଇଣ୍ଟରପୋଲର ଅଧ୍ୟକ୍ଷ ଅହମଦ ନାସର ଅଲ ରଇସି ଓ ତାଙ୍କ ମହାସଚିବ ଜର୍ଗନ ଷ୍ଟକ ବି ଉପସ୍ଥିତ ରହିବେ । ଭାରତର ୭୫ତମ ସ୍ୱାଧିନତା ଦିବସ ଅବସରରେ ଇଣ୍ଟରପୋଲ ମହାସଭାର ଆୟୋଜନ କରାଯାଇଛି । ଏହା ପୂର୍ବରୁ ଭାରତରେ ଶେଷ ଥର ପାଇଁ ୧୯୯୭ରେ ଏହି ମହାସଭା ଆୟୋଜିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri