Posted inଜାତୀୟ

ଦେଢ ମାସରେ ଚତୁର୍ଥଥର ହିମାଚଳ ଗସ୍ତରେ ମୋଦି

ନୂଆଦିଲ୍ଲୀ,୫ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅର୍ଥାତ୍ ୫ ନଭେମ୍ବରକୁ ହିମାଚଳ ପ୍ରଦେଶର ଦୁଇଟି ସ୍ଥାନରେ ନିର୍ବାଚନ ରାଲିକୁ ସମ୍ବୋଧନ କରିବେ । ସେଡ୍ୟୁଲ ଅନୁଯାୟୀ, ମୋଦି ଦିନ ୧ଟା ବେଳେ ମଣ୍ଡି ଜିଲାର ସୁନ୍ଦର ନଗରରେ ରାଲିକୁ ସମ୍ବୋଧନ ଦେବେ । ଏହାସହ ଦିନ ୩ଟାରେ ସୋଲାନରେ ଜନସଭାକୁ ସମ୍ବୋଧିତ କରିବେ । ମୋଦିଙ୍କର ଏହା ହିମାଚଳ ପ୍ରଦେଶକୁ ଏକ ଦିବସୀୟ ଯାତ୍ରା । ହିମାଚଳ ପ୍ରଦେଶ ପହଞ୍ଚିବା ପରେ ମୋଦି ପ୍ରଥମେ ପଞ୍ଜାବ ସ୍ଥିତ ଡେରା ବ୍ୟାସ ପହ୍‌ଚିବେ । ହିମାଚଳ ଓ ପଞ୍ଜାବ ଉଭୟ ସ୍ଥାନରେ ମୋଦିଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ମୋଦିଙ୍କ ଗସ୍ତକୁ ନେଇ କରାଯାଇଥିବା ପ୍ରସ୍ତୁତିର ସମିକ୍ଷା କରିଥିଲେ । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଲି ଐତିହାସିକ ହେବ । ରାଜ୍ୟର ଜନତାଙ୍କୁ ମୋଦିଙ୍କ ମାର୍ଗଦର୍ଶନ ମିଳିବ, ଜନତା ପରମ୍ପରା ବଦଳିବ ଓ ଭାଜପାକୁ ପୁଣିଥରେ ଶାସନ କ୍ଷମତା ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri