୧୦ ରାଜ୍ୟରେ ଯଦି କରୋନା ସଂକ୍ରମଣକୁ ରୋକାଯାଇ ପାରିବ ତେବେ ଦେଶ ଜିତିବ କରୋନା ଯୁଦ୍ଧ: ମୋଦି

ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କରୋନା ଭାଇରସ ମହାମାରୀର ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ବୈଠକରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ। ଭିଡିଓ କନଫରେନସିଂ ଜରିଆରେ ଆୟୋଜିତ ଏହି ବୈଠକରେ ଆନ୍ଧ୍ରପ୍ରଦେଶ, କର୍ନାଟକ, ତାମିଲନାଡୁ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ପଞ୍ଜାବ, ବିହାର, ଗୁଜରାଟ, ତେଲେଙ୍ଗାନା ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇଥିଲେ। ଏହିସବୁ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବହୁ ଅଧିକ ଥିବାରୁ ବୈଠକର ମହତ୍ୱ ରହିଛି ବୋଲିି କୁହାଯାଏ। ମୋଦି କହିଛନ୍ତି ଏସବୁ ରାଜ୍ୟ କରୋନା ମହାମାରୀକୁ ନେଇ ଅସ୍ତବ୍ୟସ୍ତ ହୋଇଗଲେଣି। ତେଣୁ ଏହା ମହାମାରୀକୁ ରୋକିବାକୁ ସବୁ ରାଜ୍ୟ ଚେଷ୍ଟା କରିବା ଜରୁରୀ। ଏବେ ଆମକୁ ଟେଷ୍ଟ ଓ ସୁସ୍ଥତା ହାର ବଢାଇବା ଦିଗରେ କାର୍ଯ୍ୟ କରିବା ଜରୁରୀ ବୋଲି ମୋଦି କହିଛନ୍ତି। ତେବେ କରୋନା ଲଢେଇରେ ଦେଶ ଠିକ୍‌ ମୁକାବିଲା କରି ଚାଲିଛି ବୋଲି ସେ ମତ ଦେଇଛନ୍ତି। ଜଣେ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ ଯଦି ୭୨ ଘଣ୍ଟା ମଧ୍ୟରେ ତାଙ୍କର ଟେଷ୍ଟ କରାଇ ନିଅନ୍ତି ତେବେ ଏହାକୁ ଅନେକାଂଶରେ ରୋକାଯାଇ ପାରିବ ବୋଲି ତାଙ୍କର ମତ। ତେଣୁ ଯେଉଁ ରାଜ୍ୟରେ ଟେଷ୍ଟର ହାର କମ୍‌ ରହିଛି ତାକୁ ଏବେ ବଢାଇବା ଜରୁରୀ। ସୂଚନାଯୋଗ୍ୟ, କରୋନା ଭାଇରସ ଯେବେଠାରୁ ଭାରତରେ ପାଦ ଦେଲାଣି ସେବେଠାରୁ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାରଙ୍କ ସହ ସମ୍ପର୍କରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri