Posted inଜାତୀୟ

ଆୟୁର୍ବେଦ ଆମର ପରମ୍ପରା: ମୋଦି

ନୂଆଦିଲ୍ଲୀ,୧୩ ।୧୧: ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ୨ଟି ଆୟୁର୍ବେଦ ସଂସ୍ଥାନକୁ ସମର୍ପିତ କରିଛନ୍ତିି । ଗୁଜରାଟ ଜାମନଗରର ଆୟୁର୍ବେଦ ଅଧ୍ୟାପନ ଏବଂ ଅନୁସନ୍ଧାନ ସଂସ୍ଥାନ ଓ ଜୟପୁରର ରାଷ୍ଟ୍ରୀୟ ଆୟୁର୍ବେଦ ସଂସ୍ଥାନର ଉଦ୍‌ଘାଟନ କରିଛନ୍ତି ମୋଦି । ଏହି ସମୟରେ ମୋଦି କରୋନା ମହାମାରୀ ସହ ଲଢିବାକୁ ଆୟୁର୍ବେଦର ଥିବା ମହତ୍ୱ ଓ ଲାଭ ବିଷୟରେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ପାରମ୍ପାରିକ ଔଷଧର ଗବେଷଣାକୁ ମଜଭୁତ କରିବାକୁ ଭାରତରେ ପାରମ୍ପିକ ଚିକିତ୍ସା ଉପରେ ଗ୍ଲୋବାଲ ସେଣ୍ଟର ପ୍ରତିଷ୍ଟା କରିବାକୁ ଯାଉଛି । ତେବେ ଆୟୁର୍ବେଦ ଆମର ପରମ୍ପରା ବୋଲି ମୋଦି କହିବା ସହ କରୋନା ମହାମାରୀ ସମୟରେ ଏହାଦ୍ୱାରା ଲାଭ ମିଳିଛି ବୋଲି ମୋଦି ମତ ଦେଇଛନ୍ତି । କାରଣ କରୋନା ସମୟରେ ହଳଦୀ ଭଳି ଆଉ କିଛି ଆୟୁର୍ବେଦ ରୋଗ ପ୍ରତିରୋଧକ ଶକ୍ତି ବଢାଇବାରେ ସାହାଯ୍ୟ କରିଛି । କରୋନା ସମୟରେ ଆୟୁର୍ବେଦ ଯେଉଁଭଳି ସାହାଯ୍ୟ କରିଛି ତାହା ଆଜି ବିଶ୍ୱ ଦରବାରରେ ଚର୍ଚ୍ଚାର ବିଷୟ ପାଲଟିଛି । ଗୋଟିଏ ପଟେ କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଭ୍ୟାକ୍ସିନ ପ୍ରସ୍ତୁତ ଚାଲିଥିବା ବେଳେ ଅନ୍ୟପଟେ କରୋନା ପାଇଁ ଆୟୁର୍ବେଦ ମେଡିସିନକୁ ନେଇ ମଧ୍ୟ ଗବେଷଣା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri