Posted inଜାତୀୟ

ଆଜି ୟୁପି ଯିବେ ମୋଦି, ୧୪୦୬ ପ୍ରକଳ୍ପର କରିବେ ଶିଳାନ୍ୟାସ

ଲକ୍ଷ୍ନୌ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶ ଗସ୍ତ କରିବେ । ଆଜି ପୂର୍ବାହ୍ନ ୧୧ଟାରେ ଉତ୍ତରପ୍ରଦେଶରେ ପହଞ୍ଚିବା ପରେ ଲକ୍ଷ୍ନୌର ଇନ୍ଦିରା ଗାନ୍ଧୀ ପ୍ରତିଷ୍ଠାନରେ ୟୁପି ନିବେଶକ ସମ୍ମିଳନୀର ଗ୍ରାଉଣ୍ଡ ବ୍ରେକିଂ ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେଠାରେ ୮୦ ହଜାର କୋଟିରୁ ଅଧିକ ମୂଲ୍ୟର ୧୪୦୬ଟି ପ୍ରକଳ୍ପର ଶିଳାନ୍ୟାସ କରିବେ । ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ତେବେ ଏହି ପ୍ରକଳ୍ପଗୁଡ଼ିକରେ କୃଷି, ଆଇଟି ଏବଂ ଇଲୋକଟ୍ରୋନିକ୍ସ, ଏମଏସଏମଇ, ଉତ୍ପାଦନ, ନବୀକରଣ ଯୋଗ୍ୟ ଶକ୍ତି, ଫାର୍ମା, ପର୍ଯ୍ୟଟନ, ପ୍ରତିରକ୍ଷା ଏବଂ ହ୍ୟାଣ୍ଡଲୁମ, ଟେକ୍ସଟାଇଲ ଇତ୍ୟାଦି ବିଭିନ୍ନ କ୍ଷେତ୍ର ଅନ୍ତର୍ଭୁକ୍ତ । ଏହି ସମାରୋହରେ ଦେଶର ପ୍ରମୁଖ ଶିଳ୍ପପତିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଏହାପରେ ଦ୍ୱିପ୍ରହର ୧ଟା ୪୫ରେ ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ କାନପୁର ଗ୍ରାମାଞ୍ଚଳର ପାରୁଁଖ ଗ୍ରାମକୁ ଯିବେ। ସେଠାରୁ ସେ କୋବିନ୍ଦଙ୍କ ସହ ପାଥରୀ ମା’ ମନ୍ଦିରର ଦର୍ଶନ କରିବେ ବୋଲି ଜଣାପଡ଼ିଛି। ଏହାପରେ ଅପରାହ୍ନ ୩ଟାରେ ମୋଦି ୟୁପି ଇନ୍‌ଭେସ୍ଟର୍ସ ସମିଟର ତୃତୀୟ ଗ୍ରାଉଣ୍ଡ ବ୍ରେକିଂ ସେରମୋନୀରେ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri