Posted inଜାତୀୟ

ଗୁରୁବାର ଇଟାଲି ଯିବେ ମୋଦି

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅର୍ଥାତ ଜୁନ ୧୩ ଗୁରୁବାର ଦିନ ଇଟାଲି ଯିବେ। ତୃତୀୟ ଥର ପାଇଁ କେନ୍ଦ୍ରରେ ଏନ୍‌ଡିଏ ସରକାର ଗଠନ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ ବୈଦେଶିକ ଯାତ୍ରା ହେବ। ଜୁନ ୧୪ ରେ ଇଟାଲିରେ ହେବାକୁ ଥିବା ଜି୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟତୀତ ବିଶ୍ୱର ଅନେକ ବଡ ଦେଶର ମୁଖ୍ୟମାନେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ।

ସୂଚନା ଅନୁଯାୟୀ, ଜି୭ ସମ୍ମିଳନୀରେ ଯୋଗଦେବାକୁ ଥିବା ଦେଶର ମୁଖ୍ୟମାନେ ହେଉଛନ୍ତି – ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ, ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ। ଜି୭ ସମ୍ମିଳନୀରେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ମଧ୍ୟ ଯୋଗଦେବାର ସମ୍ଭାବନା ରହିଛି।

ବୈଦେଶିକ ସଚିବ ବିନୟ ମୋହନ କ୍ୱାଟ୍ରା କହିଛନ୍ତି, ଜୁନ ୧୪ ରେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୦ ତମ ଜି୭ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଇଟାଲି ର ଆପୁଲିଆରେ ଏହି ସମ୍ମିଳନୀ ଆୟୋଜିତ ହୋଇଛି। କ୍ରମାଗତ ତୃତୀୟ ଥର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ବୈଦେଶିକ ଗସ୍ତ । ଏହାଦ୍ୱାରା ଭାରତ ସହ ଗ୍ଲୋବାଲ ସାଉଥ୍‌ର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବିଶ୍ୱର ବଡ ନେତାଙ୍କ ସହ ଯୋଡି ହେବାର ସୁଯୋଗ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri